ବର୍ଷା ଘଡଘଡିରେ ଜଣେ ମୃତ ଜଣେ ଗୁରୁତର

ଆସ୍କା(ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ ଗହଙ୍ଗୁ ଗ୍ରାମରେ ବିଜୁଳି ଘଡଘଡିରେ ଜଣେ ମୃତ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ମୃତ ଜଣକ ହେଲେ ଗହଙ୍ଗୁ ଗ୍ରାମର ସାନୁଜ ପାତ୍ର । ଆଉ ଗୁରୁତର ଜଣକ ହେଲେ ଫାଫଲପୁର ଗ୍ରାମର ସୁମା ନାୟକ ।

ସକାଳ ୧୦.୩୦ ମିନିଟ ସମୟରେ ଏହି ଘଟଣା ଘଟିଥିଲା । ଘଟଣା ଘଟିବା ପରେ ସେଠାରେ ଉପସ୍ଥିତ ଥିବା ଗ୍ରାମ ଲୋକଙ୍କ ସହାୟତାରେ ୧୦୮ ଆମ୍ବୁଲାନ୍ସ ଯୋଗେ ଆସିକା ସବଡିଭିଜନ ମେଡିକାଲକୁ ଆଣିଥିଲେ । ସେଠାରେ କାର୍ଯ୍ୟରତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଗୁରୁତର ସୋମା ନାୟକ ମଧ୍ୟ ବିଜୁଳି ଘଡଘଡିରେ ସଂଜ୍ଞା ହୀନ ଅବସ୍ଥାରେ ରହିଛି । ଉଭୟେ ନିଜ ନିଜ ବିଲରେ ଧାନ ରୁଆ କାମ କରୁଥିଲେ । ଏହି ପ୍ରକାଶ ପରେ ଗ୍ରାମରେ ଶୋକାକୁଳ ପରିଵେଶ ସୃଷ୍ଟି ହୋଇଛି । ଲଘୁଚାପ ଜନିତ ବର୍ଷା ଯୋଗୁଁ ଚାରି ଆଡେ ବର୍ଷା ଲାଗି ରହିଥିବା ବେଳେ ଆସିକାରେ ମଧ୍ୟ ପ୍ରବଳ ବର୍ଷା ସାଙ୍ଗକୁ ଘଡଘଡି ମାରିଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ