Masthead

ବର୍ଷା ଘଡଘଡିରେ ଜଣେ ମୃତ ଜଣେ ଗୁରୁତର

ଆସ୍କା(ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ ଗହଙ୍ଗୁ ଗ୍ରାମରେ ବିଜୁଳି ଘଡଘଡିରେ ଜଣେ ମୃତ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ମୃତ ଜଣକ ହେଲେ ଗହଙ୍ଗୁ ଗ୍ରାମର ସାନୁଜ ପାତ୍ର । ଆଉ ଗୁରୁତର ଜଣକ ହେଲେ ଫାଫଲପୁର ଗ୍ରାମର ସୁମା ନାୟକ ।

ସକାଳ ୧୦.୩୦ ମିନିଟ ସମୟରେ ଏହି ଘଟଣା ଘଟିଥିଲା । ଘଟଣା ଘଟିବା ପରେ ସେଠାରେ ଉପସ୍ଥିତ ଥିବା ଗ୍ରାମ ଲୋକଙ୍କ ସହାୟତାରେ ୧୦୮ ଆମ୍ବୁଲାନ୍ସ ଯୋଗେ ଆସିକା ସବଡିଭିଜନ ମେଡିକାଲକୁ ଆଣିଥିଲେ । ସେଠାରେ କାର୍ଯ୍ୟରତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଗୁରୁତର ସୋମା ନାୟକ ମଧ୍ୟ ବିଜୁଳି ଘଡଘଡିରେ ସଂଜ୍ଞା ହୀନ ଅବସ୍ଥାରେ ରହିଛି । ଉଭୟେ ନିଜ ନିଜ ବିଲରେ ଧାନ ରୁଆ କାମ କରୁଥିଲେ । ଏହି ପ୍ରକାଶ ପରେ ଗ୍ରାମରେ ଶୋକାକୁଳ ପରିଵେଶ ସୃଷ୍ଟି ହୋଇଛି । ଲଘୁଚାପ ଜନିତ ବର୍ଷା ଯୋଗୁଁ ଚାରି ଆଡେ ବର୍ଷା ଲାଗି ରହିଥିବା ବେଳେ ଆସିକାରେ ମଧ୍ୟ ପ୍ରବଳ ବର୍ଷା ସାଙ୍ଗକୁ ଘଡଘଡି ମାରିଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା