Before Header

ରାଜଧାନୀରେ ଶତ ପ୍ରତିଶତ ଟିକାକରଣ

0 17

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ହେଲା ଶତ ପ୍ରତିଶତ ଟିକାକରଣ । ଜୁଲାଇ ଶେଷ ସୁଦ୍ଧା ଥିବା ଟାର୍ଗେଟ ପୁରଣ ହୋଇଥିବା କହିଛନ୍ତି ବିଏମସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ । ବିଭିନ୍ନ ବର୍ଗରେ ମୋଟ ୯ ଲକ୍ଷ ୭ ହଜାର ଲୋକଙ୍କୁ ଦୁଇଟି ଡୋଜ ହିସାବରେ ୧୮ ଲକ୍ଷ ୧୪ ହଜାର ଡୋଜ ଦେବାକୁ ରହିଥିଲା ଲକ୍ଷ୍ୟ ।

ଗତକାଲି ସୁଦ୍ଧା ୧୮ ଲକ୍ଷ ୩୫ ହଜାର ୯୦୩ ଡୋଜ ଟିକା ଦିଆଯାଇଛି । ସେଥିମଧ୍ୟରୁ ୧୦ ଲକ୍ଷ ୫୯ ହଜାର ୭୫୩ ଜଣ ପ୍ରଥମ ଡୋଜ ନେଇସାରିଛନ୍ତି । ୭ଲକ୍ଷ ୭୬ ହଜାର ୧୫୦ ଜଣ ଉଭୟ ଡୋଜ ଟିକା ନେଇ ସାରିଛନ୍ତି ବୋଲି କହିଛନ୍ତି ବିଏମସି ଅତିରିକ୍ତ କମିଶନର ।

Leave A Reply

Your email address will not be published.