ଛତିଶଗଡ଼ ପୋଲିସକୁ ମିଳିଛି ବଡ଼ ସଫଳତା

ରାଇଘର (ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ସୀମାନ୍ତରେ ରହିଥିବା ଛତିଶଗଡ ଅନ୍ତର୍ଗତ ବୋରେଇ ଥାନା ଅଂଚଳର ଏକବାରି ଜଂଗଲ ମଧ୍ୟରେ ଯବାନ ଓ ନକ୍ସଲ ମଧ୍ୟରେ ଗୁଳି ବିନିମୟରେ ଯବାନଙ୍କ ଗୁଳିରେ ଜଣେ ନକ୍ସଲର ମୃତ୍ୟୁ ହୋଇଛି । ଏହି ଘଟଣା ପରେ ଆଜି ବୋରେଇ ଅଂଚଳରେ ଉତ୍ତେଜନା ପ୍ରକାଶ ପାଇଛି । ସୂଚନା ଅନୁଯାଇ ସ୍ଥାନୀୟ କୁନ୍ଦେଇ ଥାନାଠାରୁ ମାତ୍ର ୫ କିଲୋମିଟର ଦୂରରେ ରହିଛି ଛତିଶଗଡର ନକ୍ସଲ ପ୍ରଭାବିତ ଅଞ୍ଚଳ ବୋରାଇ ଥାନା । ଏହି ଥାନା ଅନ୍ତର୍ଗତ ଏକବାରୀ ଜଙ୍ଗଲରେ ନକ୍ସଲ ମାନଙ୍କ ଉପସ୍ଥିତି ସମ୍ପର୍କରେ ପୋଲିସ ସୂଚନା ପାଇବା ପରେ ଗତକାଲି ରାତିରେ ଧମତରୀ ଓ ଗାରିଆବନ୍ଦ ଜିଲ୍ଲା ରିଜର୍ଭ ପୋଲିସର ମିଳିତ ସର୍ଚ ଅପରେସନ୍ ହୋଇଥିଲା । ଏହାପରେ ବିଳମ୍ବିତ ରାତିରେ ଉଭୟ ନକ୍ସଲ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ସେଠାରୁ ନକ୍ସଲର ମୃତଦେହ ସହିତ ମାଓ ସାମଗ୍ରୀ ଓ କିଛି ଅସ୍ତ୍ରଶସ୍ତ୍ର ଘଟଣାସ୍ଥଳରୁ ପୋଲିସ ଜବତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’