Masthead

ପୁଣି ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଆସନ୍ତା ୫ ତାରିଖରେ ସୁମାତ୍ରା ପାଖ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ । ଏହା ଶ୍ରୀଲଙ୍କା ବା ଦକ୍ଷିଣ ତାମିଲନାଡୁକୁ ମୁହାଁଇବ ଓ ବର୍ଷା ହେବ । କିନ୍ତୁ ରାଜ୍ୟ ଉପରେ ଏହାର ସିଧା ପ୍ରଭାବ ରହିବନି ବୋଲି ବରିଷ୍ଠ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ଆକଳନ ଅନୁସାରେ ସୋମବାର କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ସମେତ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ସ୍ୱଳ୍ପ ବର୍ଷା ସମ୍ଭାବନା ଅଛି । ୩ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁରରେ ହାଲୁକା ବର୍ଷା ହୋଇପାରେ । ୪ରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଜପତିରେ ହାଲୁକା ବର୍ଷା ସମ୍ଭାବନା ଅଛି ।

ଆସନ୍ତା ୪ରୁ ୬ ତାରିଖ ଭିତରେ ଦକ୍ଷିଣ ଅଭ୍ୟନ୍ତରରେ ରାତି ତାପମାତ୍ରା ୪ ଡିଗ୍ରୀ କମିଯିବ । ଫଳରେ ଶୀତ ବଢ଼ିବ । ୨, ୩ ଓ ୯ ତାରିଖରେ ପାଗ ମେଘୁଆ ରହିବ । ଉତ୍ତର ଉପକୂଳ ଓ ଅଭ୍ୟନ୍ତରରେ ୪ରୁ ୬ ତାରିଖ ଭିତରେ ରାତି ତାପମାତ୍ରା ୪ ଡିଗ୍ରୀ କମିବ । ୯ ତାରିଖରେ ପାଗ ମେଘୁଆ ରହିବ । କୁହୁଡ଼ି ବି ଦୃଶ୍ୟମାନ ହୋଇପାରେ । ଭୁବନେଶ୍ୱର ସମେତ ଦକ୍ଷିଣ ଉପକୂଳରେ ଆସନ୍ତା ୫ଦିନ ଯାଏ ତାପମାତ୍ରାରେ କିଛି ପରିବର୍ତ୍ତନ ହେବନି । ସୋମବାର ଏ ସବୁ ଅଞ୍ଚଳରେ ପାଗ ମେଘୁଆ ରହିବା ସହ କୁହୁଡ଼ି ଦେଖାଦେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ