Masthead

ପୁଣି ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଆସନ୍ତା ୫ ତାରିଖରେ ସୁମାତ୍ରା ପାଖ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ । ଏହା ଶ୍ରୀଲଙ୍କା ବା ଦକ୍ଷିଣ ତାମିଲନାଡୁକୁ ମୁହାଁଇବ ଓ ବର୍ଷା ହେବ । କିନ୍ତୁ ରାଜ୍ୟ ଉପରେ ଏହାର ସିଧା ପ୍ରଭାବ ରହିବନି ବୋଲି ବରିଷ୍ଠ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ଆକଳନ ଅନୁସାରେ ସୋମବାର କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ସମେତ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ସ୍ୱଳ୍ପ ବର୍ଷା ସମ୍ଭାବନା ଅଛି । ୩ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁରରେ ହାଲୁକା ବର୍ଷା ହୋଇପାରେ । ୪ରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଜପତିରେ ହାଲୁକା ବର୍ଷା ସମ୍ଭାବନା ଅଛି ।

ଆସନ୍ତା ୪ରୁ ୬ ତାରିଖ ଭିତରେ ଦକ୍ଷିଣ ଅଭ୍ୟନ୍ତରରେ ରାତି ତାପମାତ୍ରା ୪ ଡିଗ୍ରୀ କମିଯିବ । ଫଳରେ ଶୀତ ବଢ଼ିବ । ୨, ୩ ଓ ୯ ତାରିଖରେ ପାଗ ମେଘୁଆ ରହିବ । ଉତ୍ତର ଉପକୂଳ ଓ ଅଭ୍ୟନ୍ତରରେ ୪ରୁ ୬ ତାରିଖ ଭିତରେ ରାତି ତାପମାତ୍ରା ୪ ଡିଗ୍ରୀ କମିବ । ୯ ତାରିଖରେ ପାଗ ମେଘୁଆ ରହିବ । କୁହୁଡ଼ି ବି ଦୃଶ୍ୟମାନ ହୋଇପାରେ । ଭୁବନେଶ୍ୱର ସମେତ ଦକ୍ଷିଣ ଉପକୂଳରେ ଆସନ୍ତା ୫ଦିନ ଯାଏ ତାପମାତ୍ରାରେ କିଛି ପରିବର୍ତ୍ତନ ହେବନି । ସୋମବାର ଏ ସବୁ ଅଞ୍ଚଳରେ ପାଗ ମେଘୁଆ ରହିବା ସହ କୁହୁଡ଼ି ଦେଖାଦେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ