Masthead

ଆଜି ବସିବ ଏକକ ନିର୍ବାଚନ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସାରା ଦେଶରେ ଏକକାଳୀନ ନିର୍ବାଚନକୁ ନେଇ ଆଜି ଅନୁଷ୍ଠିତ ହେବ ବୈଠକ । ପୂର୍ବତନ ରାଷ୍ଟପତି ତଥା ରାମନାଥ କୋବିନ୍ଦଙ୍କ ଅଧକ୍ଷତାରେ ଅନୁଷ୍ଠିତ ହେବ ବୈଠକ । କେନ୍ଦ୍ର ସରକାର ସେପ୍ଟେମ୍ବର ୨ ତାରିଖରେ ଲୋକସଭା, ରାଜ୍ୟ ବିଧାନସଭା, ନଗରପାଳିକା ଓ ପଞ୍ଚାୟତ ନିର୍ବାଚନ ଏକାସାଥିରେ କରିବାକୁ ସୁପାରିସ କରିବା ପାଇଁ ୮ ଜଣିଆ ସଦସ୍ୟ ବିଶିଷ୍ଟ କମିଟି ଗଠନ କରିଛନ୍ତି ।

କମିଟିରେ ଗୃହ ମନ୍ତ୍ରୀ ଅମିତ ଶାହ, କଂଗ୍ରେସର ଲୋକସଭା ନେତା ଅଧୀର ରଞ୍ଜନ ଚୌଧୁରୀ, ରାଜ୍ୟସଭାର ପୂର୍ବତନ ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦ, ୧୫ତମ ଅର୍ଥ କମିଶନର ପୂର୍ବତନ ଅଧ୍ୟକ୍ଷ ଏନକେ ସିଂହ, ଲୋକସଭାର ପୂର୍ବତନ ସେକ୍ରେଟାରୀ ଜେନାରାଲ ସୁଭାଷ ସିଂ କଶ୍ୟପ, ବରିଷ୍ଠ ଆଇନଜୀବୀ ହରିଶ ସାଲଭେ ଓ ଭିଜିଲାନ୍ସ କମିଶନର ପୂର୍ବତନ ମୁଖ୍ୟ ସଞ୍ଜୟ କୋଠାରୀଙ୍କୁ ସଦସ୍ୟ ଭାବେ ସ୍ଥାନ ପାଇଛନ୍ତ । ମାତ୍ର ଅଧୀର ରଞ୍ଜନ ଚୌଧୁରୀ କମିଟିରେ ରହିବେନି ବୋଲି ସ୍ପଷ୍ଟ କରିଥିଲେ । ପୂର୍ବରୁ କମିଟିର ପ୍ରଥମ ଅଧିକାରୀ ସ୍ତରୀୟ ବୈଠକ ଅଧ୍ୟକ୍ଷ ରାମନାଥ କୋବିନ୍ଦଙ୍କ ବାସଭବନରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା, ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘଓ୍ବାଲ ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ