ଆଜି ବସିବ ଏକକ ନିର୍ବାଚନ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସାରା ଦେଶରେ ଏକକାଳୀନ ନିର୍ବାଚନକୁ ନେଇ ଆଜି ଅନୁଷ୍ଠିତ ହେବ ବୈଠକ । ପୂର୍ବତନ ରାଷ୍ଟପତି ତଥା ରାମନାଥ କୋବିନ୍ଦଙ୍କ ଅଧକ୍ଷତାରେ ଅନୁଷ୍ଠିତ ହେବ ବୈଠକ । କେନ୍ଦ୍ର ସରକାର ସେପ୍ଟେମ୍ବର ୨ ତାରିଖରେ ଲୋକସଭା, ରାଜ୍ୟ ବିଧାନସଭା, ନଗରପାଳିକା ଓ ପଞ୍ଚାୟତ ନିର୍ବାଚନ ଏକାସାଥିରେ କରିବାକୁ ସୁପାରିସ କରିବା ପାଇଁ ୮ ଜଣିଆ ସଦସ୍ୟ ବିଶିଷ୍ଟ କମିଟି ଗଠନ କରିଛନ୍ତି ।

କମିଟିରେ ଗୃହ ମନ୍ତ୍ରୀ ଅମିତ ଶାହ, କଂଗ୍ରେସର ଲୋକସଭା ନେତା ଅଧୀର ରଞ୍ଜନ ଚୌଧୁରୀ, ରାଜ୍ୟସଭାର ପୂର୍ବତନ ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦ, ୧୫ତମ ଅର୍ଥ କମିଶନର ପୂର୍ବତନ ଅଧ୍ୟକ୍ଷ ଏନକେ ସିଂହ, ଲୋକସଭାର ପୂର୍ବତନ ସେକ୍ରେଟାରୀ ଜେନାରାଲ ସୁଭାଷ ସିଂ କଶ୍ୟପ, ବରିଷ୍ଠ ଆଇନଜୀବୀ ହରିଶ ସାଲଭେ ଓ ଭିଜିଲାନ୍ସ କମିଶନର ପୂର୍ବତନ ମୁଖ୍ୟ ସଞ୍ଜୟ କୋଠାରୀଙ୍କୁ ସଦସ୍ୟ ଭାବେ ସ୍ଥାନ ପାଇଛନ୍ତ । ମାତ୍ର ଅଧୀର ରଞ୍ଜନ ଚୌଧୁରୀ କମିଟିରେ ରହିବେନି ବୋଲି ସ୍ପଷ୍ଟ କରିଥିଲେ । ପୂର୍ବରୁ କମିଟିର ପ୍ରଥମ ଅଧିକାରୀ ସ୍ତରୀୟ ବୈଠକ ଅଧ୍ୟକ୍ଷ ରାମନାଥ କୋବିନ୍ଦଙ୍କ ବାସଭବନରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା, ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘଓ୍ବାଲ ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ