Masthead

ମଝି ଆକାଶରେ ଜରୁରୀକାଳୀନ ଡୋର ଖୋଲି ଜଣେ ଗିରଫ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଝି ଆକାଶରେ ଖୋଲିଲା ଜରୁରୀକାଳୀନ ଡୋର, ବିମାନର ଜରୁରୀକାଳୀନ ଡୋର ଖୋଲିଦେଲେ ଯାତ୍ରୀ । ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି । ଏହି ଘଟଣାଟି ଘଟିଛି ଦକ୍ଷିଣ କୋରଆରେ । ବିମାନରେ ୧୯୪ ଲୋକ ଥିବା ବେଳେ ୧୦ଜଣ ଆହତ ହୋଇଛନ୍ତି । ଏସିଆନା ଏୟାରଲାଇନସର ବିମାନ ଅବତରଣର କିଛି ମିନିଟ୍ ପୂର୍ବରୁ ହଠାତ ଜଣେ ଯାତ୍ରୀ ବିମାନର ଏମର୍ଜେନ୍ସି ଡୋରଟିକୁ ଖୋଲି ଦେଇଥିଲେ । ଏହାପରେ ବିମାନ ଭିତରେ ପ୍ରବଳ ବେଗରେ ପବନ ଭରି ଯାଇଥିଲା ।

ବିମାନରେ ୧୯୪ ଜଣ ଯାତ୍ରୀ ଥିଲେ । ବିମାନଟି ଦକ୍ଷିଣ କୋରିଆର ଡାଏଗୁ ଏୟାରପୋର୍ଟରେ ସୁରକ୍ଷିତ ଅବତରଣ କରିଥିଲା । ବିମାନ ଅବତରଣ କରିବାବେଳେ ଏମର୍ଜେସି ଡୋର ଖୋଲା ରହିଥିଲା। ଏହାପରେ ବିମାନରେ କିଛି ଯାତ୍ରୀଙ୍କ ଶ୍ୱାଶକ୍ରିୟା ଜନିତ ସମସ୍ୟା ଦେଖିବାକୁ ମିଳିଥିଲା । କିଛି ଯାତ୍ରୀ ବେହୋସ ହୋଇଯାଇଥିଲେ । ଗୁରୁତର ହୋଇ ପଡିଥିବା ଯାତ୍ରୀଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ବିମାନ ଅବତରଣ କରିବା ପରେ ଏମର୍ଜେନସି ଗେଟ୍ ଖୋଲିଥିବା ବ୍ୟକ୍ତି ଜଣଙ୍କୁ ଗିରଫ କରିଥିଲା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ