Masthead

ସଡ଼କ ଦୁର୍ଘଟଣାରେ ଜଣେ ମୃତ

ରାଇରଙ୍ଗପୁର(ବଡ଼ ଖବର ବ୍ୟୁରୋ): ପିକଅପ ଭ୍ୟାନ ଧକ୍କାରେ ସ୍କୁଟି ଚାଳକ ମୃତ । ମୃତକ ଜଣକ ଚିଙ୍ଗୁଡ଼ିପୋଖରୀ ଗ୍ରାମର ଗୋପିନାଥ ମହାନ୍ତ । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଥାନା ହାଟବାଦଡା ଫାଣ୍ଡି କାରଗିଲ ଛକରେ ଘଟିଛି ଦୁର୍ଘଟଣା । ସ୍କୁଟିରେ ଗୋପୀନାଥ ଯାଉଥିବା ସମୟରେ ସାମ୍ନାରୁ ଆସୁଥିବା ପିକଅପ ଭ୍ୟାନଟି କାରଗିଲ ଛକରେ ସ୍କୁଟିକୁ ମୁହାଁମୁହିଁ ଧକ୍କା ଦେଇଥିଲା । ଗୋପୀନାଥ ଗୁରୁତର ଭାବେ ଆହତ ହୋଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ରାଇରଙ୍ଗପୁର ଡାକ୍ତରଖାନା ଅଣାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ଏ ନେଇ ରାଇରଙ୍ଗପୁର ଥାନା ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରିଛି । ଦୁର୍ଘଟଣା ଘଟାଇଥିବା ପିକଅପ ଭ୍ୟାନକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା