ସଡ଼କ ଦୁର୍ଘଟଣାରେ ଜଣେ ମୃତ

ରାଇରଙ୍ଗପୁର(ବଡ଼ ଖବର ବ୍ୟୁରୋ): ପିକଅପ ଭ୍ୟାନ ଧକ୍କାରେ ସ୍କୁଟି ଚାଳକ ମୃତ । ମୃତକ ଜଣକ ଚିଙ୍ଗୁଡ଼ିପୋଖରୀ ଗ୍ରାମର ଗୋପିନାଥ ମହାନ୍ତ । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଥାନା ହାଟବାଦଡା ଫାଣ୍ଡି କାରଗିଲ ଛକରେ ଘଟିଛି ଦୁର୍ଘଟଣା । ସ୍କୁଟିରେ ଗୋପୀନାଥ ଯାଉଥିବା ସମୟରେ ସାମ୍ନାରୁ ଆସୁଥିବା ପିକଅପ ଭ୍ୟାନଟି କାରଗିଲ ଛକରେ ସ୍କୁଟିକୁ ମୁହାଁମୁହିଁ ଧକ୍କା ଦେଇଥିଲା । ଗୋପୀନାଥ ଗୁରୁତର ଭାବେ ଆହତ ହୋଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ରାଇରଙ୍ଗପୁର ଡାକ୍ତରଖାନା ଅଣାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ଏ ନେଇ ରାଇରଙ୍ଗପୁର ଥାନା ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରିଛି । ଦୁର୍ଘଟଣା ଘଟାଇଥିବା ପିକଅପ ଭ୍ୟାନକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’