Masthead

କାଲୁଆ ପବନ କରିବ କଲବଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ଅସମ୍ଭାଳ ଶୀତ । କାଲୁଆ ପବନ କଲବଲ କରିବ ।  ଶୀତ ଥରିବ ପୂରା ଓଡ଼ିଶା । ପାଣିପାଗ ବିଭାଗ (ଆଇଏମଡି) ଏହି ଆକଳନ କରିଛି । ରବିବାର ରାଉରକେଲା ଓ ଝାରସୁଗୁଡ଼ାରେ ପାରଦ ୯ ଡିଗ୍ରୀ ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି । ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ । ଶୁକ୍ରବାର ଜି.ଉଦୟଗିରିରେ ରାତି ତାପମାତ୍ରା ସବୁଠୁ କମ୍ ରହିଥିଲା । ଏଠାରେ ପାରଦ ୫.୬ ଡିଗ୍ରୀ ରହିଥିଲା । ଘନ କୁହୁଡ଼ି ଯୋଗୁ ଫୁଲବାଣୀରେ ଦୃଶ୍ୟମାନ ଦୂରତା ୫୦ ମିଟରରୁ କମ୍ ରହିଥିଲା । କୋରାପୁଟ ଓ ଫୁଲବାଣୀରେ ୧୦୦ ମିଟରରୁ କମ୍ ରହିଥିଲା ।

ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୮ଡିଗ୍ରୀ, ରାଉରକେଲାରେ ୮.୧, ଫୁଲବାଣୀରେ ୮.୫, କେନ୍ଦୁଝରରେ ୯.୪, ଅନୁଗୁଳରେ ୯.୮, ଭବାନୀପାଟଣାରେ ୧୦.୮, ସୁନ୍ଦରଗଡ଼ରେ ୧୦.୬, ବୌଦ୍ଧ ଓ ଢେଙ୍କାନାଳରେ ୧୧.୯, କଟକ ଓ ସୋନପୁରରେ ୧୨.୪, ଭୁବନେଶ୍ୱର ଓ ନବରଙ୍ଗପୁରରେ ୧୩, ବାଲେଶ୍ୱରରେ ୧୩.୧, ଟିଟିଲାଗଡ଼ ଓ ମାଲକାନଗିରିରେ ୧୩.୫ ଡିଗ୍ରୀ ରେକର୍ଡ ହୋଇଛି । ଅନୁଗୁଳ ଓ ଝାରସୁଗୁଡ଼ାରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୪.୯ ଡିଗ୍ରୀ କମ୍ ରେକର୍ଡ ହୋଇଥିଲା । ଭୁବନେଶ୍ୱରରେ ସ୍ୱାଭାବିକଠାରୁ ୩.୨ଡିଗ୍ରୀ, ବାଲେଶ୍ୱର ଓ କୋରାପୁଟରେ ୨.୬ ଡିଗ୍ରୀ, ଗୋପାଳପୁରରେ ୧.୭ ଡିଗ୍ରୀ କମ୍ ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା