Masthead

୨୦ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୦ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ । ଓସେପା ୱେବସାଇଟରେ ପ୍ରକାଶ ପାଇଲା ବିଜ୍ଞପ୍ତି । ଆସନ୍ତା ୧୩ରୁ ନିବେଦନ, ଅକ୍ଟୋବର ୧୦ ଶେଷ ତାରିଖ । ସମ୍ପୂର୍ଣ୍ଣ ଅନଲାଇନରେ ହେବ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା । କମ୍ପୁ୍ୟଟର ବେସ୍ଡ ଟେଷ୍ଟରେ ଲିଖିତ ପରୀକ୍ଷା ହୋଇ ଚୟନ ହେବ । ଏନେଇ ଓସେପା ୱେବସାଇଟ୍‌- www.osepa.odisha.gov.inରେ ବିଜ୍ଞପ୍ତି ଜାରି ହୋଇଛି। ଆସନ୍ତା ୧୩ ତାରିଖରୁ ଆଶାୟୀ ପ୍ରାର୍ଥୀମାନେ ଓସେପା ୱେବସାଇଟ୍‌ରେ ଶିକ୍ଷକ ପଦବୀ ପାଇଁ ଆବେଦନ କରିପାରିବେ । ଆବେଦନର ଶେଷ ସମୟ ଆସନ୍ତା ଅକ୍ଟୋବର ୧୦ ତାରିଖ । କିଛି ବର୍ଷ ବ୍ୟବଧାନରେ ବ୍ୟପାକ ସଂଖାରେ ଏହି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାପରେ ରାଜ୍ୟର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦୂର ହେବ ।

ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସୁଦୃଢ଼ ହେବ । ବିଭାଗ ଅଧୀନରେ ହେବାକୁ ଥିବା ଏହି ୨୦ ହଜାର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ଅନ୍‌ଲାଇନ୍‌ରେ କରାଯିବ । କମ୍ପ୍ୟୁଟର ବେସଡ୍ ଟେଷ୍ଟ (ସିବିଟି) ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ଆଶାୟୀ ପ୍ରାର୍ଥୀଙ୍କୁ ଚୟନ କରାଯିବ । ସମଗ୍ର ଶିକ୍ଷା କାର୍ୟ୍ୟକ୍ରମ ଅଧୀନରେ ଜିଲ୍ଲା ଅନୁସାରେ ଜିଲ୍ଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକ (ସିମାଟିକ୍‌)ଙ୍କୁ ନିଯୁକ୍ତି ଦିଆଯିବ । ଓସେପାରେ ୱେବସାଇଟ୍‌ରେ ନିଯୁକ୍ତି ପାଇଁ ଜିଲ୍ଲାୱାରୀ ପଦବୀ, ଲିଖିତ ପରୀକ୍ଷାର ସିଲାବସ୍‌, କେଉଁ କେଉଁ ତଥ୍ୟ ଅପଲୋଡ୍ କରାଯିବ ଆଦି ସବିଶେଷ ବିବରଣୀ ଉପଲବ୍ଧ ରହିଛି । ଓସେପାର ୱେବସାଇଟ୍ (https://osepa.odisha.gov.in)ରେ ଆଶାୟୀମାନେ ଆବେଦନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି