Masthead

ଜୋରଦାର ହେଉଛି ‘ଅପରେସନ କାବେରୀ’, ବର୍ତ୍ତମାନ ସୁଦ୍ଧା ୫୦୦ ଭାରତୀୟ ଉଦ୍ଧାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜୋରଦାର ହେଉଛି ଅପରେସନ କାବେରୀ । ବର୍ତ୍ତମାନ ସୁଦ୍ଧା ୫୦୦ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି । ସୁଦାନରେ ଫଶି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରୁଛି ‘ଅପରେସନ କାବେରୀ’ । ପ୍ରଥମ ପର୍ଯ୍ୟାୟରେ ୨୭୮, ୨ୟ ପର୍ଯ୍ୟାୟରେ ୧୪୮ ଓ ତୃତୀୟ ପର୍ଯ୍ୟାୟରେ ୧୩୫ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କୁ ସୁଦାନ ପୋର୍ଟରୁ ସାଉଦି ଆରବର ଜେଦାହକୁ ଅଣାଯାଇଛି। ବର୍ତ୍ତମାନ ସୁଦ୍ଧା ୫୦୦ରୁ ଅଧିକ ଭାରତୀୟଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି।

ସୁଦାନରେ ଗୃହ ଯୁଦ୍ଧ ପରେ ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି ହୋଇଛି । ବିଭିନ୍ନ ଦେଶ ନିଜ ନିଜର ନାଗରିକଙ୍କୁ ଫେରାଇ ନେଉଛନ୍ତି । ଅପରେସନ କାବେରୀ ଜରିଆରେ ବିମାନ ଓ ଜଳ ପଥରେ ନାଗରିକଙ୍କୁ ଅଣାଯାଉଛି । ବ୍ୟାପକ ହିଂସା ଯୋଗୁ ସୁଦାନରେ ପ୍ରାୟ ୪ ହଜାର ଭାରତୀୟ ଫସି ରହିଛନ୍ତି। ସେମାନଙ୍କୁ ସୁରକ୍ଷତି ସ୍ୱଦେଶ ଫେରାଇ ଆଣିବା ପାଇଁ ଭାରତ ସରକାର ଅପରେସନ ‘କାବେରୀ’ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ