Masthead

ଆଜି ବାଜିବ ଯୁଦ୍ଧ ସାଇରନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ବାଜିବ ସାଇରନ । ପୁଣି ହେବ ବ୍ଲାକଆଉଟ୍ । ଆଗକୁ ହେବ କି ଯୁଦ୍ଧ । ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଓ ରାଜନୈତିକ ହଲଚଲ ଭିତରେ ପୁଣିଥରେ ଦେଶର ସୁରକ୍ଷାକୁ ନେଇ ଚର୍ଚ୍ଚା ।୪ ରାଜ୍ୟ ଓ ୨ UTରେ ହେବ ‘ଅପରେସନ ସିଲ୍ଡ’ ।ଅପରେସନ ସିଲ୍ଡ ଅନ୍ତର୍ଗତ ଆଜି ଜମ୍ମୁ-କାଶ୍ମୀର, ପଞ୍ଜାବ, ରାଜସ୍ଥାନ, ଗୁଜରାଟ ହରିୟାଣା ଓ ଚଣ୍ଡିଗଡ଼ରେ ହେବ ମକଡ୍ରିଲ୍‌ । ସମ୍ଭାବ୍ୟ ଏୟାର ଷ୍ଟ୍ରାଇକ୍ ଓ ଡ୍ରୋନ୍ ଆକ୍ରମଣର ମୁକାବିଲା ପାଇଁ ଏସବୁ ରାଜ୍ୟକୁ ଅପରେସନ୍ ସିଲ୍ଡରେ ସାମିଲ କରାଯିବ । ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସବୁ ଜିଲ୍ଲାରେ ସିଭିଲ ଡିଫେନ୍ସ ଏକ୍ସରସାଇଜ୍ କରାଯିବ, ଯେଉଁଥିରେ ୩୨ହଜାର ସିଭିଲ ଡିଫେନ୍ସ ସ୍ୱେଚ୍ଛାସେବୀ ଯୋଗଦେବେ ।

ସମସ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକରେ ରାତି ୮ଟାରୁ ୮ଟା ୧୫ ପର୍ୟ୍ୟନ୍ତ ୧୫ ମିନିଟ୍ ବ୍ଲାକଆଉଟ୍ ହେବ । ବର୍ତ୍ତମାନର ଜରୁରୀକାଳୀନ ବ୍ୟବସ୍ଥାର ପରୀକ୍ଷଣ କରିବା, ବେସାମରିକ ପ୍ରଶାସନ, ପ୍ରତିରକ୍ଷା ବାହିନୀ ଏବଂ ସ୍ଥାନୀୟ ସମୁଦାୟ ମଧ୍ୟରେ ସମନ୍ୱୟରେ ଉନ୍ନତି ଆଣିବା ହେଉଛି ଏହି ଅଭ୍ୟାସର ଉଦ୍ଦେଶ୍ୟ । ଏହାଦ୍ୱାରା ଯେକୌଣସି ସଙ୍କଟର ତ୍ୱରିତ ଓ ପ୍ରଭାବୀ ମୁକାବିଲା ସୁନିଶ୍ଚିତ ହୋଇପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା