Masthead

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ ଜୋରଦାର ବିରୋଧ

(ବଡ଼ ଖବର ବ୍ୟୁରୋ)  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଆଜି କଳାହାଣ୍ଡି ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ରହିଛି । ସେ ଭବାନୀପାଟଣାରେ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ଯୋଗ ଦେବେ । ତେବେ ଏହାକୁ ବିରୋଧ କରିଛି ବିଜେପି । ମମିତା ମେହେର ହତ୍ୟା କାଣ୍ଡ ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର କରିବା ତଥା ଘଟଣାର ସିବିଆଇ ତଦନ୍ତ କରାଇ ମମିତାଙ୍କୁ ନ୍ୟାୟ ଦାବିରେ ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ ବିରୋଧ କରାଯାଉଛି ।

ଭବାନୀପାଟଣା ଏମଏସଏ ଛକରେ ବିଜେପି କର୍ମୀ କଳାପତାକା ପ୍ରଦର୍ଶନ କରିଥିଲେ । ଏହା ସହ ଦଳୀୟ କର୍ମୀ ‘ନବୀନ ଗୋ ବ୍ୟାକ’ ନାରା ମଧ୍ୟ ଦେଇଥିଲେ । ସେପେଟେ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ ବିରୋଧ କରି ବିଜେପି ପକ୍ଷରୁ ଭୁବନେଶ୍ୱରରେ ବିଶାଳ ଶୋଭାଯାତ୍ରାର ଆୟୋଜନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ