ସରକାରଙ୍କୁ ବିରୋଧ ଦେଶଦ୍ରୋହ ନୁହେଁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଫାରୁକ ଅବଦୁଲ୍ଲାଙ୍କ ବିରୋଧରେ ଅଭିଯୋଗକୁ ଖାରଜ କଲେ ସୁପ୍ରିମକୋର୍ଟ । ବୁଧବାର ସୁପ୍ରିମକୋର୍ଟ କହିଛନ୍ତି ଯେ, ସରକାରଙ୍କ ମତଠାରୁ ଭିନ୍ନ ମତକୁ ଦେଶଦ୍ରୋହୀ କୁହାଯାଇପାରିବ ନାହିଁ । ଅନୁଛେଦ ୩୭୦ ଉପରେ ଟିପ୍ପଣୀ ଦେବାକୁ ନେଇ ଜାମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦୁଲ୍ଲାଙ୍କ ବିରୋଧରେ ଅଭିଯୋଗ ଆଣିଥିବା ବ୍ୟକ୍ତିଙ୍କ ଉପରେ ସୁପ୍ରିମକୋର୍ଟ ୫୦ ହଜାର ଟଙ୍କାର ଜରିମାନା ଲଗାଇଛନ୍ତି ।

ରଜତ୍ ଶର୍ମା ନାମକ ଜଣେ ବ୍ୟକ୍ତି ସୁପ୍ରମିକୋର୍ଟରେ ଅଭିଯୋଗ ଆଣି କହିଥିଲେ କି ୩୭୦ର ଉଛେଦକୁ ନେଇ ଫାରୁକ୍ ଅବଦୁଲ୍ଲା ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି ଓ ଏଭଳି କରିବା ପାଇଁ ତାଙ୍କୁ ଚୀନ ଓ ପାକିସ୍ତାନରୁ ସହାୟତା ମିଳୁଛି ତେଣୁ ତାଙ୍କ ବିରୋଧରେ ଦେଶଦ୍ରୋହ ମାମଲା ଚଳାଇବାକୁ ସେ କୋର୍ଟଙ୍କ ନିକଟରେ ଅନୁରୋଧ କରିଥିଲେ । ତେବେ ଫାରୁକ୍ ଅବଦୁଲ୍ଲା କହିଥିଲେ କି ପୂର୍ବ ଲଦାଖର ବାସ୍ତବିକ ନିୟନ୍ତ୍ରଣ ରେଖା ନିକଟରେ ଚାଲିଥିବା ବିବାଦର ମୁଖ୍ୟ କାରଣ ହେଉଛି ଅନୁଛେଦ ୩୭୦ ଉଚ୍ଚେ୍ଥଦ । ଚୀନ ଆରମ୍ଭରୁ ୩୭୦ ଉଚ୍ଚେ୍ଥଦକୁ ବିରୋଧ କରୁଥିଲା ତେଣୁ ସୀମାରେ ଚାଲିଥିବା ବିବାଦ ମୋଦି ସରକାରଙ୍କ ଭୁଲ ନୀତି ଯୋଗୁ ହେଉଛି ବୋଲି ସେ କହିଥିଲେ । ଏହି ମନ୍ତବ୍ୟକୁ ଦେଶଦ୍ରୋହ କହି ସୁପ୍ରିମକୋର୍ଟରେ ଏକ ପିଆଇଏଲ ଦାଖଲ ହୋଇଥିଲା । ଏବେ ସର୍ବୋଚ୍ଚକୋର୍ଟ ଏହି ପିଆଇଏଲକୁ ଖାରଜ କରିଛନ୍ତି । ଜଷ୍ଟିସ କିଶାନ କୌଲ ଏହି ରାୟ ଶୁଣାଇଛନ୍ତି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ