Masthead

ଆଜି ଦିଲ୍ଲୀରେ ବିରୋଧୀଙ୍କ ବିଶାଳ ‘ଗଣତନ୍ତ୍ର ବଞ୍ଚାଅ’ ରାଲି 

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଗିରଫ ପ୍ରତିବାଦରେ ଆମ ଆଦମୀ ପାର୍ଟି ସହ ଅନ୍ୟ ବିରୋଧୀ ଆଜି ଦିଲ୍ଲୀର ରାମଲୀଳା ମଇଦାନରେ ଏକ ବିଶାଳ ରାଲି କରିବାକୁ ଯାଉଛନ୍ତି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ, ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି ମୁଖ୍ୟ ଶରଦ ପାୱାର, ଶିବସେନା ମୁଖ୍ୟ ଉଦ୍ଧବ ଠାକରେ, ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଏବଂ ରାଷ୍ଟ୍ରୀୟ ଜନତା ଦଳ ନେତା ତେଜସୱୀ ଯାଦବ ଏହି ମେଗା ରାଲିରେ ଯୋଗ ଦେବେ।

ଏହି ରାଲିରେ ତୃଣମୂଳ କଂଗ୍ରେସ ନେତା ଡେରେକ ଓ’ବ୍ରାଏନ, ଡିଏମକେ ନେତା ତିରୁଚି ଶିବା, ନ୍ୟାଶନାଲ କନଫରେନ୍ସ ନେତା ଫାରୁକ ଅବଦୁଲ୍ଲା ଏବଂ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଯୋଗଦେବେ। ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ମଧ୍ୟ ଏହି ରାଲିରେ ଯୋଗଦେବେ। ବରିଷ୍ଠ ଆପ ନେତା ଗୋପାଳ ରାୟ କହିଛନ୍ତି, ରାମଲୀଳା ମଇଦାନରେ ୨୦ ହଜାରରୁ ଅଧିକ ଲୋକଙ୍କ ଉପସ୍ଥିତିରେ ଏକ ରାଲି କରିବାକୁ ପ୍ରଶାସନଙ୍କ ଠାରୁ ଅନୁମତି ମିଳିଛି। ଅରବିନ୍ଦ କେଜରିୱାଲଙ୍କ ସ୍ତ୍ରୀ ସୁନୀତା କେଜରିୱାଲ ଏହି ମେଗା ରାଲିକୁ ସମ୍ବୋଧିତ କରିବେ କି ନାହିଁ ସେ ନେଇ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ