Masthead

ଆଜି ଦିଲ୍ଲୀରେ ବିରୋଧୀଙ୍କ ବିଶାଳ ‘ଗଣତନ୍ତ୍ର ବଞ୍ଚାଅ’ ରାଲି 

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଗିରଫ ପ୍ରତିବାଦରେ ଆମ ଆଦମୀ ପାର୍ଟି ସହ ଅନ୍ୟ ବିରୋଧୀ ଆଜି ଦିଲ୍ଲୀର ରାମଲୀଳା ମଇଦାନରେ ଏକ ବିଶାଳ ରାଲି କରିବାକୁ ଯାଉଛନ୍ତି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ, ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି ମୁଖ୍ୟ ଶରଦ ପାୱାର, ଶିବସେନା ମୁଖ୍ୟ ଉଦ୍ଧବ ଠାକରେ, ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଏବଂ ରାଷ୍ଟ୍ରୀୟ ଜନତା ଦଳ ନେତା ତେଜସୱୀ ଯାଦବ ଏହି ମେଗା ରାଲିରେ ଯୋଗ ଦେବେ।

ଏହି ରାଲିରେ ତୃଣମୂଳ କଂଗ୍ରେସ ନେତା ଡେରେକ ଓ’ବ୍ରାଏନ, ଡିଏମକେ ନେତା ତିରୁଚି ଶିବା, ନ୍ୟାଶନାଲ କନଫରେନ୍ସ ନେତା ଫାରୁକ ଅବଦୁଲ୍ଲା ଏବଂ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଯୋଗଦେବେ। ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ମଧ୍ୟ ଏହି ରାଲିରେ ଯୋଗଦେବେ। ବରିଷ୍ଠ ଆପ ନେତା ଗୋପାଳ ରାୟ କହିଛନ୍ତି, ରାମଲୀଳା ମଇଦାନରେ ୨୦ ହଜାରରୁ ଅଧିକ ଲୋକଙ୍କ ଉପସ୍ଥିତିରେ ଏକ ରାଲି କରିବାକୁ ପ୍ରଶାସନଙ୍କ ଠାରୁ ଅନୁମତି ମିଳିଛି। ଅରବିନ୍ଦ କେଜରିୱାଲଙ୍କ ସ୍ତ୍ରୀ ସୁନୀତା କେଜରିୱାଲ ଏହି ମେଗା ରାଲିକୁ ସମ୍ବୋଧିତ କରିବେ କି ନାହିଁ ସେ ନେଇ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ