Masthead

ହିଟୱେଭକୁ ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଦିନରେ ସିଭିୟର ହିଟୱେଭ୍ ସହିତ ରାତିରେ ହେବ ପ୍ରବଳ ତାତି । ଉଷ୍ମ ରାତି ପାଇଁ ଚେତାବନୀ ଦେଇଛି ପାଣିପାଗ କେନ୍ଦ୍ର । ଏଥିପାଇଁ ସମ୍ବଲପୁର, ବରଗଡ, ବଲାଙ୍ଗୀର, ଝାରସୁଗୁଡା ଏବଂ ସୋନପୁରକୁ ସତର୍କତା ଜାରି ହୋଇଛି । ରାତିରେ ସ୍ବାଭାବିକଠାରୁ ୪ରୁ ୫ ଡିଗ୍ରୀ ଉପରେ ରହିବ ପାରଦ । ଖରାରୁ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ନିସ୍ତାର ମିଳିବନି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ସିଭିୟର ହିଟଓ୍ବେଭ ପାଇଁ ୮ଟି ଜିଲ୍ଲାକୁ ଅରେଞ୍ଜ ଏବଂ ୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଝାରସୁଗୁଡା, ସମ୍ବଲପୁର, ବରଗଡ, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୂଆପଡା ଏବଂ ସୁନ୍ଦରଗଡରେ ସ୍ବାଭାବିକ ଠାରୁ ୬.୫ ଡିଗ୍ରୀରୁ ଅଧିକ ରହିବ ତାପମାତ୍ରା । ଆସନ୍ତାକାଲି ୯ ଜିଲ୍ଲା, ୧୭ ତାରିଖରେ ୧୨ ଏବଂ ୧୮ ତାରିଖରେ ୮ ଜିଲ୍ଲାକୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏଥିପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ କରିଛନ୍ତି ଏସଆରସି । ସେପଟେ ଆସନ୍ତା ୧୮ ରୁ ୨୧ ମଧ୍ୟରେ ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା