Masthead

ସକାଳ ହେଉ ହେଉ ମାଡ଼ି ଆସୁଛି ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗରମ ଏତେ ବଢ଼ିଯାଉଛି ଯେ, ମଧ୍ୟାହ୍ନର ଭ୍ରମ ସୃଷ୍ଟି କରୁଛି । ତାତି ପ୍ରକୋପରେ ଲୋକେ ତ୍ରାହି ତ୍ରାହି ଡାକୁଛନ୍ତି । ତାତି ଏମିତି ଭୟଙ୍କର ରୂପ ନେଉଛି ଯେ, ସକାଳ ୯ଟାରୁ ବାହାରକୁ ଯିବାକୁ ଡର ଲାଗୁଛି । ଉପକୂଳରୁ ଉପାନ୍ତଯାଏଁ ପାରଦ ଉପରମୁହାଁ ରହିଥିବା ବେଳେ ସକାଳ ଆରମ୍ଭରୁ ଘରୁ ବାହାରିବା ମଧ୍ୟ କଷ୍ଟକର ହୋଇପଡୁଛି ।

ଗତ ୨୪ ଘଣ୍ଟାରେ ରାଜ୍ୟର ୨୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରେର୍କଡ କରାଯାଇଥିବା ବେଳେ ୪୪.୩ ଡିଗ୍ରୀ ସହ ଅନୁଗୁଳ ସବୁଠୁ ଉତପ୍ତ ସହର ପାଲଟିଛି ।ଏପ୍ରିଲ ମାସରେ କ୍ରମାଗତ ୧୪ ଦିନ ଧରି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ମଙ୍କସର ଶେଷ ଦୁଇ ଦିନରେ ଏହା ଶିଖର ଛୁଇଁବ । ମେ ପ୍ରଥମ ସପ୍ତାହରୁ ତାପମାତ୍ରାରେ ସାମନ୍ୟ ହ୍ରାସ ଘଟିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପଶ୍ଚିମାଝଡ଼ ପ୍ରଭାବରେ ମେ ପହିଲାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ତେବେ ତାପମାତ୍ରା କମିଲେ ମଧ୍ୟ ଉଷ୍ମ ଓ ଆଦ୍ର ସ୍ଥିତି ସେମିତି ରହିବ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ।

ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୟାଗଡ଼, କଟକକୁ ସତର୍କ କରାଇଛି ପାଣିପାଗ ବିଭାଗ । ଏ ସବୁ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୩୦ରେ ଆଭ୍ୟନ୍ତରୀଣ ଓଡ଼ିଶାର ସବୁ ଜିଲ୍ଲା ସମେତ ନୟାଗଡ଼, କଟକ, ଖୋର୍ଦ୍ଧା ଓ ଯାଜପୁର ପାଇଁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା