Masthead

ସକାଳ ହେଉ ହେଉ ମାଡ଼ି ଆସୁଛି ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗରମ ଏତେ ବଢ଼ିଯାଉଛି ଯେ, ମଧ୍ୟାହ୍ନର ଭ୍ରମ ସୃଷ୍ଟି କରୁଛି । ତାତି ପ୍ରକୋପରେ ଲୋକେ ତ୍ରାହି ତ୍ରାହି ଡାକୁଛନ୍ତି । ତାତି ଏମିତି ଭୟଙ୍କର ରୂପ ନେଉଛି ଯେ, ସକାଳ ୯ଟାରୁ ବାହାରକୁ ଯିବାକୁ ଡର ଲାଗୁଛି । ଉପକୂଳରୁ ଉପାନ୍ତଯାଏଁ ପାରଦ ଉପରମୁହାଁ ରହିଥିବା ବେଳେ ସକାଳ ଆରମ୍ଭରୁ ଘରୁ ବାହାରିବା ମଧ୍ୟ କଷ୍ଟକର ହୋଇପଡୁଛି ।

ଗତ ୨୪ ଘଣ୍ଟାରେ ରାଜ୍ୟର ୨୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରେର୍କଡ କରାଯାଇଥିବା ବେଳେ ୪୪.୩ ଡିଗ୍ରୀ ସହ ଅନୁଗୁଳ ସବୁଠୁ ଉତପ୍ତ ସହର ପାଲଟିଛି ।ଏପ୍ରିଲ ମାସରେ କ୍ରମାଗତ ୧୪ ଦିନ ଧରି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ମଙ୍କସର ଶେଷ ଦୁଇ ଦିନରେ ଏହା ଶିଖର ଛୁଇଁବ । ମେ ପ୍ରଥମ ସପ୍ତାହରୁ ତାପମାତ୍ରାରେ ସାମନ୍ୟ ହ୍ରାସ ଘଟିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପଶ୍ଚିମାଝଡ଼ ପ୍ରଭାବରେ ମେ ପହିଲାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ତେବେ ତାପମାତ୍ରା କମିଲେ ମଧ୍ୟ ଉଷ୍ମ ଓ ଆଦ୍ର ସ୍ଥିତି ସେମିତି ରହିବ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ।

ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୟାଗଡ଼, କଟକକୁ ସତର୍କ କରାଇଛି ପାଣିପାଗ ବିଭାଗ । ଏ ସବୁ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୩୦ରେ ଆଭ୍ୟନ୍ତରୀଣ ଓଡ଼ିଶାର ସବୁ ଜିଲ୍ଲା ସମେତ ନୟାଗଡ଼, କଟକ, ଖୋର୍ଦ୍ଧା ଓ ଯାଜପୁର ପାଇଁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା