Masthead

ଆଗାମୀ ୩ ଦିନ ଯାଏଁ ତାତିରେ ବିଶେଷ ପରିବର୍ତ୍ତନ ନାହିଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରେ ସିଝୁଛି ଓଡ଼ିଶା । ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା ଜାରି ରହିଥିବା ବେଳେ ଉପକୂଳ ଓଡ଼ିଶାରେ ବଢିଛି ପାରଦ । ଫଳରେ ସାରା ରାଜ୍ୟରେ ପ୍ରବଳ ଗରମ ଅନୁଭୂତ ହେଉଛି । ଏପଟେ ଗ୍ରୀଷ୍ମପ୍ରବାହକୁ ନେଇ ପୁଣି ସତର୍କ କରିଛି ପାଣିପାଗ ବିଭାଗ । ଆଗାମୀ ୩ଦିନ ଯାଏଁ ତାତିରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ୧୮ ତାରିଖ ଯାଏ ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରି ରହିବ । କିଛି ଜିଲ୍ଲାରେ ତାପମାତ୍ରା ସ୍ୱାଭାବିକଠୁ ୫ରୁ ୭ ଡିଗ୍ରୀ ଅଧିକ ରହିବା ସମ୍ଭାବନା । ପରବର୍ତ୍ତୀ ସମୟରେ ତାପମାତ୍ରାରେ ପରିବର୍ତ୍ତନ ହେବ ନେଇ ପାଣିପାଗ ପକ୍ଷରୁ ସୂଚନା । ଆଜି ପାଇଁ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୭ ତାରିଖ ପାଇଁ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ, କଟକ, ଖୋର୍ଦ୍ଧା, କଳାହାଣ୍ଡି, ଅନଗୁଳ, ଦେବଗଡ଼ ଓ ବୌଦ୍ଧ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାଛଡ଼ା ୫ ଟି ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ସେହପରି ୧୭ ତାରିଖ ପାଇଁ ୧୩ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୫ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ସକାଳୁ ସକାଳୁ ରାଜଧାନୀରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି । । ସକାଳ ୫ଟା ୩୦ ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୩୦.୨ ଡିଗ୍ରୀ ସହ ଆର୍ଦ୍ରତା ୯୨% ଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ