ଆଗାମୀ ୩ ଦିନ ଯାଏଁ ତାତିରେ ବିଶେଷ ପରିବର୍ତ୍ତନ ନାହିଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରେ ସିଝୁଛି ଓଡ଼ିଶା । ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା ଜାରି ରହିଥିବା ବେଳେ ଉପକୂଳ ଓଡ଼ିଶାରେ ବଢିଛି ପାରଦ । ଫଳରେ ସାରା ରାଜ୍ୟରେ ପ୍ରବଳ ଗରମ ଅନୁଭୂତ ହେଉଛି । ଏପଟେ ଗ୍ରୀଷ୍ମପ୍ରବାହକୁ ନେଇ ପୁଣି ସତର୍କ କରିଛି ପାଣିପାଗ ବିଭାଗ । ଆଗାମୀ ୩ଦିନ ଯାଏଁ ତାତିରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ୧୮ ତାରିଖ ଯାଏ ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରି ରହିବ । କିଛି ଜିଲ୍ଲାରେ ତାପମାତ୍ରା ସ୍ୱାଭାବିକଠୁ ୫ରୁ ୭ ଡିଗ୍ରୀ ଅଧିକ ରହିବା ସମ୍ଭାବନା । ପରବର୍ତ୍ତୀ ସମୟରେ ତାପମାତ୍ରାରେ ପରିବର୍ତ୍ତନ ହେବ ନେଇ ପାଣିପାଗ ପକ୍ଷରୁ ସୂଚନା । ଆଜି ପାଇଁ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୭ ତାରିଖ ପାଇଁ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ, କଟକ, ଖୋର୍ଦ୍ଧା, କଳାହାଣ୍ଡି, ଅନଗୁଳ, ଦେବଗଡ଼ ଓ ବୌଦ୍ଧ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାଛଡ଼ା ୫ ଟି ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ସେହପରି ୧୭ ତାରିଖ ପାଇଁ ୧୩ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୫ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ସକାଳୁ ସକାଳୁ ରାଜଧାନୀରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି । । ସକାଳ ୫ଟା ୩୦ ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୩୦.୨ ଡିଗ୍ରୀ ସହ ଆର୍ଦ୍ରତା ୯୨% ଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ