Masthead

୧୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଲବଲ କରୁଛି ଅସହ୍ୟ ଖରା। ଆଜି ପାଇଁ ୧୯ଟି ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। କିଛି ସ୍ଥାନରେ ପ୍ରବଳ ଗ୍ରୀଷ୍ଣ ପ୍ରବାହ ନେଇ ମଧ୍ୟ ଚେତାବନୀ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ମୟୂରଭଂଜ, ଅନୁଗୁଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଏବଂ କଟକ ଜିଲ୍ଲାକୁ ସିଭିଅର ହିଟୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି। ଗତକାଲି ୪୩.୬ ଡ଼ିଗ୍ରୀ ସହ ଭୁବନେଶ୍ୱର ପାଲଟିଥିଲା ରାଜ୍ୟର ସବୁଠୁ ଉତ୍ତପ୍ତ ସହର। ଆଜି ମଧ୍ୟ ତାପମାତ୍ରା ଆହୁରି ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ଏଭଳି ସ୍ଥିତି ଜାରି ରହିବ। ଆଜି କଟକ, ଖୋର୍ଦ୍ଧା, ନୟାଗଡ଼, ମୟୁରଭଞ୍ଜ, ଅନୁଗୁଳ, ବୌଦ୍ଧ ଜିଲ୍ଲା ସିଭିୟର ହିଟ୍ ୱେଭ୍ ନେଇ ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଗତପତି, କନ୍ଧମା, କୋରାପୁଟ, ମାଲକାନାଗିରି, ଗଞ୍ଜାମରେ ହିଟ୍ ୱେଭ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ବ୍ୟତୀତ ସୋନପୁର, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, କଳାହାଣ୍ଡିରେ ହିଟ୍ ୱେଭ ଆଶଙ୍କା ନେଇ ୟୋଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୪ ଦିନ ହେବ ରାଜ୍ୟରେ ଗ୍ରୀଷ୍ମ ଲହରୀ ଜାରି ରହିଥିବା ବେଳେ ଆହୁରୀ ତିନି ଦିନ ତାତି ଜନଜୀବନକୁ ଅସ୍ତବ୍ୟସ୍ତ କରିପାରେ । ହେଲେ ୨୧ ତାରିଖ ପରେ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିବ । କିନ୍ତୁ ୨୫ ତାରିଖ ପରେ ତାତି ପୁଣି ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ତେବେ ଗତକାଲି ୪୩.୬ ଡିଗ୍ରୀ ଭୁବନେଶ୍ୱର ରାଜ୍ୟର ସବୁଠୁ ତତଲା ସହର ଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା