Masthead

୧୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଲବଲ କରୁଛି ଅସହ୍ୟ ଖରା। ଆଜି ପାଇଁ ୧୯ଟି ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। କିଛି ସ୍ଥାନରେ ପ୍ରବଳ ଗ୍ରୀଷ୍ଣ ପ୍ରବାହ ନେଇ ମଧ୍ୟ ଚେତାବନୀ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ମୟୂରଭଂଜ, ଅନୁଗୁଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଏବଂ କଟକ ଜିଲ୍ଲାକୁ ସିଭିଅର ହିଟୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି। ଗତକାଲି ୪୩.୬ ଡ଼ିଗ୍ରୀ ସହ ଭୁବନେଶ୍ୱର ପାଲଟିଥିଲା ରାଜ୍ୟର ସବୁଠୁ ଉତ୍ତପ୍ତ ସହର। ଆଜି ମଧ୍ୟ ତାପମାତ୍ରା ଆହୁରି ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ଏଭଳି ସ୍ଥିତି ଜାରି ରହିବ। ଆଜି କଟକ, ଖୋର୍ଦ୍ଧା, ନୟାଗଡ଼, ମୟୁରଭଞ୍ଜ, ଅନୁଗୁଳ, ବୌଦ୍ଧ ଜିଲ୍ଲା ସିଭିୟର ହିଟ୍ ୱେଭ୍ ନେଇ ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଗତପତି, କନ୍ଧମା, କୋରାପୁଟ, ମାଲକାନାଗିରି, ଗଞ୍ଜାମରେ ହିଟ୍ ୱେଭ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ବ୍ୟତୀତ ସୋନପୁର, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, କଳାହାଣ୍ଡିରେ ହିଟ୍ ୱେଭ ଆଶଙ୍କା ନେଇ ୟୋଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୪ ଦିନ ହେବ ରାଜ୍ୟରେ ଗ୍ରୀଷ୍ମ ଲହରୀ ଜାରି ରହିଥିବା ବେଳେ ଆହୁରୀ ତିନି ଦିନ ତାତି ଜନଜୀବନକୁ ଅସ୍ତବ୍ୟସ୍ତ କରିପାରେ । ହେଲେ ୨୧ ତାରିଖ ପରେ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିବ । କିନ୍ତୁ ୨୫ ତାରିଖ ପରେ ତାତି ପୁଣି ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ତେବେ ଗତକାଲି ୪୩.୬ ଡିଗ୍ରୀ ଭୁବନେଶ୍ୱର ରାଜ୍ୟର ସବୁଠୁ ତତଲା ସହର ଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ !