Before Header

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା, ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

0 39

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ଆସନ୍ତା ଦୁଇ ଦିନ ଭିତରେ ଉତର ଓଡ଼ିଶା ଓ ଏହାସହ ଲାଗି ରହିଥିବା ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଗତି କରିବ । ୧୮ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟରେ ବର୍ଷା ଲାଗି ରହିବ । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୭ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରରସୁଗୁଡା,ବରଗଡ଼, ନୂଆପଡ଼ା, କଳାହାଣ୍ଡି, କେରାପୁଟ ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ।

Leave A Reply

Your email address will not be published.