ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଓଡ଼ିଶାରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା ଦେଇ ଗତି କରୁଛି।  ଜୁନ୍‌ ୧୮ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ ରବିବାର ରାଜ୍ୟର କେତେକ ଅଞ୍ଚଳରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ। ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରବିବାର ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ଗଜପତି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହିତ ପ୍ରବଳ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକୁ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ମଧ୍ୟମ ଧରଣର ଝଡ଼ ବର୍ଷା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅପରପକ୍ଷେ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଗରମ ଓ ଗୁଳୁଗୁଳି ନେଇ ୟେଲୋ ଓ୍ୱାର୍ନିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ