Masthead

ଘଡ଼ଘଡ଼ି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ଓ ପବନ ଲାଗି ରହିବ। ମଙ୍ଗଳବାର ସାରା ରାଜ୍ୟରେ ପ୍ରବଳ ବର୍ଷା ହେବା ସହିତ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ବୌଦ୍ଧ, କନ୍ଧମାଳ ଜିଲାର କିଛି ସ୍ଥାନରେ ପ୍ରବଳ ଓ ପବନ ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ତେବେ ସୁନ୍ଦରଗଡ଼ ଜିଲାରେ କୁଆପଥର ବୃଷ୍ଟିପାତ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।

ଏହାବାଦ୍‌ ରାଜ୍ୟର ଅନ୍ୟ ଜିଲା ଯଥା ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡା, ବରଗଡ଼, ସୋନପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। କାଳବୈଶାଖୀ ସମୟରେ ବାହାରକୁ ନ ବାହାରି ଘରେ ସୁରକ୍ଷିତ ରହିବା ପାଇଁ ବିଭାଗ ପରାମର୍ଶ ଦେଇଛି। ସେହିପରି ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାଲି ମାଫିଆଙ୍କ ଘରେ ରେଡ 🔴 ଭିଜିଲାନ୍ସ ପଞ୍ଝାରେ ପ୍ରଧାନଶିକ୍ଷକ 🔴 କେରଳମ୍‌ରେ ସତୀଶନ୍ ସରକାର 🔴 କୋର କମିଟି ବୈଠକରେ ନିତିନ ନବୀନ 🔴 ଆଜି ଶପଥ ନେବେ ଭି.ଡି ସତିଶନ୍ 🔴 ୪୩ ଡିଗ୍ରୀ ଛୁଇଁପାରେ ତାତି 🔴 ବର୍ଷା ପବନରେ ଉଡିଲା ଘର 🔴 ଦୁର୍ଘଟଣାରେ ଚାଲିଗଲା ମାଆ ଓ ଝିଅଙ୍କ ଜୀବନ 🔴 ରାଜଧାନୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ 🔴 ବୁର୍ଲାରେ ଦୁର୍ଦ୍ଦାନ୍ତ ମନୀଷକୁ ଏନକାଉଣ୍ଟର 🔴 ବାଲି ମାଫିଆଙ୍କ ଘରେ ରେଡ 🔴 ଭିଜିଲାନ୍ସ ପଞ୍ଝାରେ ପ୍ରଧାନଶିକ୍ଷକ 🔴 କେରଳମ୍‌ରେ ସତୀଶନ୍ ସରକାର 🔴 କୋର କମିଟି ବୈଠକରେ ନିତିନ ନବୀନ 🔴 ଆଜି ଶପଥ ନେବେ ଭି.ଡି ସତିଶନ୍ 🔴 ୪୩ ଡିଗ୍ରୀ ଛୁଇଁପାରେ ତାତି 🔴 ବର୍ଷା ପବନରେ ଉଡିଲା ଘର 🔴 ଦୁର୍ଘଟଣାରେ ଚାଲିଗଲା ମାଆ ଓ ଝିଅଙ୍କ ଜୀବନ 🔴 ରାଜଧାନୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ 🔴 ବୁର୍ଲାରେ ଦୁର୍ଦ୍ଦାନ୍ତ ମନୀଷକୁ ଏନକାଉଣ୍ଟର