ଓଡ଼ିଆ ପୁଅ ତାଞ୍ଜାନିଆରେ ଉଚ୍ଚାୟୁକ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାଞ୍ଜାନିଆରେ ଉଚ୍ଚାୟୁକ୍ତ ହେଲେ ଓଡ଼ିଆ ପୁଅ । ଆଫ୍ରିକୀୟ ଦେଶ ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତି ହୋଇଛନ୍ତି ଓଡ଼ିଆ ପୁଅ ବିନୟ ଶ୍ରୀକାନ୍ତ ପ୍ରଧାନ ।   ଶ୍ରୀ ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ଭାରତ ସରକାର ନିଯୁକ୍ତ କରିଛନ୍ତି ବୋଲି ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜାରି କରାଯାଇଛି। ଓଡ଼ିଶାର ଦେବଗଡ଼ ସହରରେ ଜନ୍ମ ଗ୍ରହଣ କରିଥିବା ବିନୟ ଶ୍ରୀକାନ୍ତ ପ୍ରଧାନ ଦେବଗଡ଼ର ଆରବିଡ଼ି ବିଦ୍ୟାଳୟରୁ ପାଠ ପଢ଼ି ଜିଏମ ମହାବିଦ୍ୟାଳୟରେ ଅଧ୍ୟୟନ କରିବା ସହିତ ଜେଏନୟୁରୁ ଉଚ୍ଚ ଶିକ୍ଷା ଲାଭ କରିଥିଲେ।

ସୂଚାନଯୋଗ୍ୟ, ଶ୍ରୀ ପ୍ରଧାନ ୨୦୧୯ରୁ ଋଷର ମସ୍କୋ ସ୍ଥିତ ଭାରତୀୟ ଦୂତାବାସରେ ଡେପୁଟି ଚିଫ୍ ଅଫ୍ ମିଶନ୍ ଭାବେ ଅବସ୍ଥାପିତ ଅଛନ୍ତି। ସେ ଖୁବ ଶୀଘ୍ର ନୂଆ ପଦ ଗ୍ରହଣ କରିବେ । ଜଣେ ଦକ୍ଷ ଏବଂ ବିଶିଷ୍ଟ କୁଟନୀତିଜ୍ଞ ଭାବରେ ସେ ୨୦୦୪ ରୁ ୨୦୧୨ ପର୍ଯ୍ୟନ୍ତ ମୋସ୍କୋ, ତୁର୍କମେନିସ୍ତାନ ଏବଂ ପାକିସ୍ତାନର ଭାରତୀୟ ଦୂତାବାସରେ ବରିଷ୍ଠ ପଦବୀରେ କାର୍ଯ୍ୟ ସମ୍ପାଦନ କରିଛନ୍ତି । ୨୦୧୨ରୁ ୨୦୧୪ ପର୍ଯ୍ୟନ୍ତ ବିଦେଶ ମନ୍ତ୍ରଣାଳୟରେ ଆଫଗାନିସ୍ତାନ ଓ ଇରାନ ସହିତ ଭାରତର ଦ୍ୱିପାକ୍ଷିକ ସମ୍ପର୍କ ନେଇ କାର୍ଯ୍ୟ କରିଥିଲେ । ପରବର୍ତ୍ତୀ ପର୍ଯ୍ୟାୟରେ ସେ ଭାରତ ସରକାରଙ୍କ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ମଧ୍ୟ କାର୍ଯ୍ୟ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ