ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ପରଲୋକରେ ପୂର୍ବତନ ମନ୍ତ୍ରୀ କମଳା ଦାସ । ଭୋଗରାଇ ବିଧାୟକ ତଥା ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସ । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୭୯ ବର୍ଷ ହୋଇଥିଲା। ଫୁସଫୁସ୍ ଜନିତ ରୋଗରେ ଆକ୍ରାନ୍ତ ଥିଲେ କମଳା । ସେ ଦୀର୍ଘଦିନ ହେବ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଗତ ରାତି ୧୨ଟା ୧୫ ମିନିଟରେ ଚିକିତ୍ସାଧୀନ ଅବସ୍ଥାରେ କମଳା ଦାସଙ୍କର ପରଲୋକ ହୋଇଛି।

କମଳା ଦାସ ଜଣେ ରାଜନୀତିଜ୍ଞ ଥିଲେ। ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ। ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ।ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ। ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ। କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ