Masthead

ଟ୍ରକ୍‌କୁ ପଛରୁ ପିଟିଲା ଟ୍ରାଭେଲର, ୧୩ ଯବାନ ଆହତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଟ୍ରକ୍‌କୁ ପଛରୁ ପିଟିଲା OSAP ସେକେଣ୍ଡ ବାଟାଲିଅନ ଯବାନଙ୍କୁ ନେଇ ଯାଉଥିବା ଟ୍ରାଭେଲର। ୧୩ ଯବାନ ଆହତ।  ଦୁର୍ଘଟଣାରେ ୭ ଯବାନଙ୍କ ଅବସ୍ଥା ଗୁରୁତର ।  ଅନୁଗୁଳ ଜାତୀୟ ରାଜପଥ ୫୫ ମୁଣ୍ଡାସାହିରେ ଦୁର୍ଘଟଣା  । ଝାରସୁଗୁଡ଼ାରୁ ଭୁବନେଶ୍ବର ଯାଉଥିଲା ଗାଡ଼ି । ୫ ଗୁରୁତର ଯବାନ କଟକ ସ୍ଥାନାନ୍ତରିତ । ଶନିବାର ଭୋର୍ ପ୍ରାୟ ୪ଟା ୪୦ରେ ଅନୁଗୁଳ ୫୫ନଂ ଜାତୀୟ ରାଜପଥ ମୁଣ୍ଡାସାହି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ସମସ୍ତ ଗୁରୁତର ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। OSAP ସେକେଣ୍ଡ ବାଟାଲିଅନର ୧୪ ଜଣ ଯବାନଙ୍କୁ ନେଇ ଏକ ଟ୍ରାଭେଲର ଝାରସୁଗୁଡ଼ାରୁ ଚନ୍ଦକା ଯାଉଥିଲା।

ଶନିବାର ଭୋର୍ ପ୍ରାୟ ୪ଟା ୪୦ରେ ଅନୁଗୁଳ ୫୫ନଂ ଜାତୀୟ ରାଜପଥ ମୁଣ୍ଡାସାହି ଛକ ନିକଟରେ ଟ୍ରାଭେଲରଟି ଏକ ଟ୍ରକ୍‌କୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ୧୩ ଯବାନ ଆହତ ହୋଇଥିଲେ। ଖବର ପାଇ ଜରପଡା ପୁଲିସ ଆମ୍ଵୁଲାନ୍ସ ସାହାଯ୍ୟରେ ସମସ୍ତ ଗୁରୁତର ଆହତଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ତେବେ ଆହତ ଯବାନଙ୍କ ମଧ୍ୟରୁ ୩ ରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କ ମଧ୍ୟରୁ ୨ଜଣ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଟ୍ରାଭେଲର ହେଲପରଙ୍କ ହାତ କଟି ଗାଡି ଭିତରେ ରହି ଯାଇଥିଲା। ପରେ ପୁଣି ମେଡିକାଲ ଷ୍ଟାଫ୍ ଆସି କଟି ଯାଇଥିବା ହାତଟିକୁ ନେଇଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି