Masthead

୫୦ ଫୁଟ ତଳକୁ ଖସିଲା OSRTC ବସ୍‌

କୋରାପୁଟ (ବଡ଼ ଖବର ବ୍ୟୁରୋ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ ହୋଇଥିବା ବେଳେ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାଧୀନ ସମୟରେ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଭବାନୀପାଟଣାରୁ ପଡୋଶୀ ଆନ୍ଧ୍ର ରାଜ୍ୟ ବିଶାଖାପାଟଣାକୁ OSRTC ବିଭାଗର ଭୋଲଭ ବସ୍‌ (OD 02 DE 5446) ଅଭିମୁଖେ ଯାଉଥିଲା ।

ସୁଙ୍କି ଥାନାଠାରୁ ପ୍ରାୟ ୩ କିଲୋମିଟର ଦୂରତା ପଣସମାନଗୁଡି ଗ୍ରାମ ନିକଟସ୍ଥ ଘାଟିରେ ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଘଟିଥିଲା। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଉର୍ଦ୍ଧ୍ଵ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ପଟ୍ଟାଙ୍ଗୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ୨ ଜଣଙ୍କୁ କୋରାପୁଟ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫେରିଲା ଆର୍ଟେମିସ୍ -୨ 🔴 ୫୦ ଫୁଟ ତଳକୁ ଖସିଲା OSRTC ବସ୍‌ 🔴 ଆଜିଠୁ କଲବଲ କରିବ ତାତି 🔴 ହର୍ମୁଜ ପ୍ରଣାଳୀକୁ ନେଇ ଇରାନର ବଡ ଘୋଷଣା 🔴 ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ 🔴 ହିଜବୁଲ୍ଲା ମୁଖ୍ୟ ନଇମ କାସିମ ନିହତ! 🔴 ଆସାମ, କେରଳ ଓ ପୁଡୁଚେରୀରେ ଚାଲିଛି ଭୋଟିଂ 🔴 ଆଜି ବି ପ୍ରବଳ ବର୍ଷିବ 🔴 ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ୩ ଦିନ ଯାଏ ରହିବ କାଳବୈଶାଖୀ ପ୍ରଭାବ 🔴 ଫେରିଲା ଆର୍ଟେମିସ୍ -୨ 🔴 ୫୦ ଫୁଟ ତଳକୁ ଖସିଲା OSRTC ବସ୍‌ 🔴 ଆଜିଠୁ କଲବଲ କରିବ ତାତି 🔴 ହର୍ମୁଜ ପ୍ରଣାଳୀକୁ ନେଇ ଇରାନର ବଡ ଘୋଷଣା 🔴 ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ 🔴 ହିଜବୁଲ୍ଲା ମୁଖ୍ୟ ନଇମ କାସିମ ନିହତ! 🔴 ଆସାମ, କେରଳ ଓ ପୁଡୁଚେରୀରେ ଚାଲିଛି ଭୋଟିଂ 🔴 ଆଜି ବି ପ୍ରବଳ ବର୍ଷିବ 🔴 ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ୩ ଦିନ ଯାଏ ରହିବ କାଳବୈଶାଖୀ ପ୍ରଭାବ