Masthead

ଗିରଫ ହେଲେ OSSCର ପିଏସ୍‌ ବିରଞ୍ଚି ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ ସଦସ୍ୟଙ୍କ କୋଟିପତି ପ୍ରାଇଭେଟ୍ ସେକ୍ରେଟାରୀ (ପିଏସ୍‌) ବିରଞ୍ଚି ନାରାୟଣ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ। ବିଳମ୍ବିତ ରାତି ଯାଏଁ ରେଡ୍ ପରେ ବିରଞ୍ଚିଙ୍କୁ ଗିରଫ କଲା ଭିଜିଲାନ୍ସ । ଆଜି ତାଙ୍କୁ କୋର୍ଟ ଚାଲାଣ କରାଯିବ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ଚଢାଉ କରିଥିଲା ଭିଜିଲାନ୍ସ । ବିରଞ୍ଚିଙ୍କ ଘରୁ ପୁଳାପୁଳା ଟଙ୍କା ସହିତ ଜବତ ହୋଇଥିଲା କେଜିଏରୁ ଅଧିକ ସୁନା। ୨୦ଘଣ୍ଟା ଧରି ମାରାଥନ ରେଡ୍ ପରେ ରାତି ସାଢ଼େ ୨ଟାରେ ସରିଥିଲା ରେଡ଼ ।

ସ୍ଥାବର ଅସ୍ଥାବର ସମ୍ପତ୍ତିର ହିସାବ କରିଛି ଭିଜିଲାନ୍ସ । ବିରଞ୍ଚିଙ୍କ ଘରୁ ଦେଢ କେଜି ସୁନା ଓ ଅଳଙ୍କାର ଜବତ ହୋଇଛି । ଜବତ ସୁନାର ମୂଲ୍ୟ ୬୦ ଲକ୍ଷରୁ ଅଧିକ ଟଙ୍କା ହେବ । ଏହା ସହିତ ୫୬ ଲକ୍ଷ ଟଙ୍କାର ଜୀବନବୀମା, ନଗଦ ୨୫ଲକ୍ଷ ଟଙ୍କା ଓ ବିପୁଳ ପରିମାଣର ବ୍ୟାଙ୍କ ଡିପୋଜିଟ୍ ଜବତ କରିଛି ଭିଜିଲାନ୍ସ । ଏଥିସହିତ ନିଯୁକ୍ତି ସମ୍ବନ୍ଧୀୟ ଆଡମିଟ୍ କାର୍ଡ, ଦାମୀ କାର ଏବଂ ବାଇକ ଜବତ କରାଯାଇଛି । ସେହିପରି ନୀଳାଦ୍ରିବିହାରରେ ୨ମହଲା କୋଠା, ଭକ୍ତିବିହାରରେ କୋଠା ସମେତ ଭୁବନେଶ୍ୱର, ଖୋର୍ଦ୍ଧା ଓ ପୁରୀରେ ୧୪ଟି ପ୍ଲଟ ଠାବ ହୋଇଛି । ବର୍ତ୍ତମାନ ସୁଦ୍ଧା ବିରଞ୍ଚିଙ୍କ ନିକଟରୁ ୩କୋଟି ୭୯ଲକ୍ଷର ସମ୍ପତ୍ତି ଠାବ ହୋଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି