ଗିରଫ ହେଲେ OSSCର ପିଏସ୍‌ ବିରଞ୍ଚି ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ ସଦସ୍ୟଙ୍କ କୋଟିପତି ପ୍ରାଇଭେଟ୍ ସେକ୍ରେଟାରୀ (ପିଏସ୍‌) ବିରଞ୍ଚି ନାରାୟଣ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ। ବିଳମ୍ବିତ ରାତି ଯାଏଁ ରେଡ୍ ପରେ ବିରଞ୍ଚିଙ୍କୁ ଗିରଫ କଲା ଭିଜିଲାନ୍ସ । ଆଜି ତାଙ୍କୁ କୋର୍ଟ ଚାଲାଣ କରାଯିବ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ଚଢାଉ କରିଥିଲା ଭିଜିଲାନ୍ସ । ବିରଞ୍ଚିଙ୍କ ଘରୁ ପୁଳାପୁଳା ଟଙ୍କା ସହିତ ଜବତ ହୋଇଥିଲା କେଜିଏରୁ ଅଧିକ ସୁନା। ୨୦ଘଣ୍ଟା ଧରି ମାରାଥନ ରେଡ୍ ପରେ ରାତି ସାଢ଼େ ୨ଟାରେ ସରିଥିଲା ରେଡ଼ ।

ସ୍ଥାବର ଅସ୍ଥାବର ସମ୍ପତ୍ତିର ହିସାବ କରିଛି ଭିଜିଲାନ୍ସ । ବିରଞ୍ଚିଙ୍କ ଘରୁ ଦେଢ କେଜି ସୁନା ଓ ଅଳଙ୍କାର ଜବତ ହୋଇଛି । ଜବତ ସୁନାର ମୂଲ୍ୟ ୬୦ ଲକ୍ଷରୁ ଅଧିକ ଟଙ୍କା ହେବ । ଏହା ସହିତ ୫୬ ଲକ୍ଷ ଟଙ୍କାର ଜୀବନବୀମା, ନଗଦ ୨୫ଲକ୍ଷ ଟଙ୍କା ଓ ବିପୁଳ ପରିମାଣର ବ୍ୟାଙ୍କ ଡିପୋଜିଟ୍ ଜବତ କରିଛି ଭିଜିଲାନ୍ସ । ଏଥିସହିତ ନିଯୁକ୍ତି ସମ୍ବନ୍ଧୀୟ ଆଡମିଟ୍ କାର୍ଡ, ଦାମୀ କାର ଏବଂ ବାଇକ ଜବତ କରାଯାଇଛି । ସେହିପରି ନୀଳାଦ୍ରିବିହାରରେ ୨ମହଲା କୋଠା, ଭକ୍ତିବିହାରରେ କୋଠା ସମେତ ଭୁବନେଶ୍ୱର, ଖୋର୍ଦ୍ଧା ଓ ପୁରୀରେ ୧୪ଟି ପ୍ଲଟ ଠାବ ହୋଇଛି । ବର୍ତ୍ତମାନ ସୁଦ୍ଧା ବିରଞ୍ଚିଙ୍କ ନିକଟରୁ ୩କୋଟି ୭୯ଲକ୍ଷର ସମ୍ପତ୍ତି ଠାବ ହୋଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ