ପ୍ରଶ୍ନପତ୍ର ଭାଇରାଲ ପରେ ସ୍ବତନ୍ତ୍ର OTET-୨୦୨୫ ସ୍ଥଗିତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହେବାକୁ ଥିବା ସ୍ବତନ୍ତ୍ର OTET-୨୦୨୫ ପରୀକ୍ଷା ସ୍ଥଗିତ । ପେପର୍‌-୧ ଓ ପେପର୍‌-୨ ପରୀକ୍ଷା ସ୍ଥଗିତ ରଖାଯାଇଛି । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପରେ ସ୍ଥଗିତ ରଖାଯାଇଛି । ତେବେ ପରୀକ୍ଷା ପାଇଁ ବୋର୍ଡ ନୂଆ ତାରିଖ ଘୋଷଣା କରିବ। ୧୯୩ଟି ପରୀକ୍ଷା କେନ୍ଦ୍ରରେ ୭୫ ହଜାର ୪୦୩ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥାନ୍ତେ । ସ୍ଥଗିତ ଫଳରେ ୭୫ ହଜାର ଶିକ୍ଷକ ନିରାଶ ହୋଇଛନ୍ତି ।

ସ୍ପେଶାଲ ଓଟିଇଟିର ପେପର-୧ ଓ ପେପର-୨ର ପରୀକ୍ଷା କାହିଁକି ସ୍ଥଗିତ ରଖାଯାଇଛି ତାହା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ । ଏହି ଦୁଇଟି ପେପରର ହାତଲେଖା ପ୍ରଶ୍ନ ଓ ତାହାର ଉତ୍ତର ସୋସିଆଲ ମିଡିଆରେ ଘୁରି ବୁଲିଥିବା ଅଭିଯୋଗ ହୋଇଛି । ଏହା ପରେ ବୋର୍ଡ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଥିବା କଥା କୁହାଯାଉଛି । ଗତକାଲି ରାତିରେ ସୋସିଆଲ ମିଡିଆରେ ହାତଲେଖା ପ୍ରଶ୍ନପତ୍ର ଓ ଉତ୍ତର ଘୁରି ବୁଲିଥିଲା । ଏହା ସେହି ପ୍ରଶ୍ନପତ୍ର ଓ ଉତ୍ତର କି ନୁହେଁ ତାହା ବୋର୍ଡ ପକ୍ଷରୁ ସ୍ପଷ୍ଟ କରାଯାଇନଥିବା ବେଳେ ବିଳମ୍ବିତ ରାତିରେ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’