Masthead

ରାଜ୍ୟର ୪୯୧ କେନ୍ଦ୍ରରେ ଆଜି ଓଟିଇଟି ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେବ ଓଟିଇଟି ପରୀକ୍ଷା । ରାଜ୍ୟର ୪୯୧ ଟି ପରୀକ୍ଷା କେନ୍ଦ୍ରରେ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ ପରୀକ୍ଷା ଅନୁଷ୍ଠିତ ହେବ । ମୋଟ୍ ୧ ଲକ୍ଷ  ୨୫ ହଜାର ୮୮୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ । ୨ଟି ପର୍ଯ୍ୟାୟରେ ଏହି ପରୀକ୍ଷା କରାଯିବ । ପ୍ରଥମ ପର୍ଯ୍ୟାୟ ସକାଳ ୮ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟାହ୍ନ ୧୨ ଟାରୁ ଅପରାହ୍ନ ୨ଟା ୩୦ ମଧ୍ୟରେ ହେବ ।

ଏହାସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ପରୀକ୍ଷା ହଲରେ କରୋନା କଟକଣାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ପରୀକ୍ଷାକୁ ଶୃଙ୍ଖଳିତ ଭାବେ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଏଥିପାଇଁ ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ପୋଲିସ ମହାନିର୍ଦ୍ଦେଶକଙ୍କ ସମେତ ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ଚିଠି ଲେଖିଛନ୍ତି । କରୋନା କଟକଣାକୁ ମାନି କିପରି ସଫଳ ଭାବେ ପରୀକ୍ଷା କରାଯାଇପାରିବ ସେ ନେଇ ଚିଠିରେ ଉଲ୍ଲେଖ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି