Masthead

୩ୟ ପର୍ଯ୍ୟାୟ ନିର୍ବାଚନରେ ୩୩% ବିଧାୟକ ପ୍ରାର୍ଥୀ କୋଟିପତି; ୪ ପ୍ରାର୍ଥୀଙ୍କ ନାଁରେ ହତ୍ୟା ମାମଲା, ୧୧ ପ୍ରାର୍ଥୀ ପଞ୍ଚମ ପାସ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏହି ପର୍ଯ୍ୟାୟରେ ୪୨ ବିଧାନସଭା ନିର୍ବାଚନମଣ୍ଡଳୀର ୩୮୩ ବିଧାୟକ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ମଧ୍ୟରୁ ୧୦୦ଜଣ ଅର୍ଥାତ ୨୬%ଙ୍କ ନାମରେ ଅପରାଧିକ ମାମଲା ରହିଛି। ୮୬ଜଣଙ୍କ ନାମରେ ଗୁରୁତର ଅପରାଧ ମାମଲା ରହିଥିବା ବେଳେ ୪ ଜଣଙ୍କ ନାମରେ ହତ୍ୟା ମାମଲା ରହିଛି। ୨୬ ଜଣଙ୍କ ନାମରେ ହତ୍ୟା ଉଦ୍ୟମ ଓ ୨୮ ଜଣଙ୍କ ନାମରେ ମହିଳା ହିଂସା ମାମଲା ରହିଛି । ଏମିତି କି ଜଣେ ପ୍ରାର୍ଥୀଙ୍କ ନାମରେ ବଳାତ୍କାର ମାମଲା ବି ଅଛି । ଶିକ୍ଷାଗତ ଯୋଗ୍ୟତା ଦେଖିଲେ ଏଡିଆର୍‌ ଏବଂ ଓଡ଼ିଶା ଇଲେକ୍ସନ ଓ୍ବାଚ୍‌ ସତ୍ୟପାଠ ବିଶ୍ଳେଷଣ କରିଥିବା ମୋଟ ୩୮୧ପ୍ରାର୍ଥୀଙ୍କ ମଧ୍ୟରୁ ୨ଜଣ ଖଡ଼ି ବି ଛୁଇଁ ନାହାନ୍ତି । ୧୧ ଜଣ ପ୍ରାର୍ଥୀ ୫ମ ପାସ ହୋଇଥିବାବେଳେ ୮୬ ଜଣ ସ୍ନାତକ ଓ ୬ ଜଣ ଡକ୍ଟରେଟ କରିଛନ୍ତି ।

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୨୬ ଜଣ ଅର୍ଥାତ୍ ୩୩ ପ୍ରତିଶତ ବିଧାୟକ ପ୍ରାର୍ଥୀ କୋଟିପତି ଥିବା ଜଣାଯାଇଛି । କେନ୍ଦୁଝର ଚମ୍ପୁଆର ବିଜେଡି ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ତୃତୀୟ ପର୍ଯ୍ୟାୟର ସବୁଠୁ ଧନୀ ବିଧାୟକ ପ୍ରାର୍ଥୀ । ତାଙ୍କ ସମ୍ପତ୍ତି ମୂଲ୍ୟ ୨୨୭ କୋଟି ୬୭ ଲକ୍ଷ ଟଙ୍କା । ସେହିପରି ୧୨୨ କୋଟି ୮୬ ଲକ୍ଷ ଟଙ୍କା ସମ୍ପତ୍ତି ସହ ଘଷିପୁରାର ସ୍ୱାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଏହି ପର୍ୟ୍ୟାୟର ଦ୍ୱିତୀୟ ଧନୀ ବିଧାୟକ ପ୍ରାର୍ଥୀ । ସେହିପରି ୧୨୦ କୋଟି ୫୬ ଲକ୍ଷ ଟଙ୍କା ସମ୍ପତ୍ତି ସହ ତୃତୀୟ ସ୍ଥାନରେ ଅଛନ୍ତି ନୟାଗଡ଼ ବିଜେଡି ବିଧାୟକ ପ୍ରାର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ । କଟକ ବଡମ୍ବାରୁ ସମୃଦ୍ଧ ଓଡ଼ିଶା ପକ୍ଷରୁ ବିଧାୟକ ପ୍ରାର୍ଥୀ କୈଳାଶ ଚନ୍ଦ୍ର ନାୟକ ସବୁଠୁ ଗରିବ ବିଧାୟକ ପ୍ରାର୍ଥୀ । ତାଙ୍କ ସମ୍ପତ୍ତି ମୂଲ୍ୟ ମାତ୍ର ୧ ହଜାର ଟଙ୍କା । ତୃତୀୟ ପର୍ୟ୍ୟାୟର ବିଧାୟକ ପ୍ରାର୍ଥୀଙ୍କ ମଧ୍ୟରୁ ୨ ଜଣ ପ୍ରାର୍ଥୀ ସ୍କୁଲ ହତା ମାଡ଼ି ନଥିବା ବେଳେ ଅନ୍ୟ ଦୁଇ ଜଣ ପଞ୍ଚମ ବି ପାସ କରି ନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ