ଶ୍ରୀମନ୍ଦିରରେ ଜାନୁଆରୀ ୧ରୁ ପାନ, ଗୁଟଖା ବ୍ୟାନ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ବ୍ୟାନ ହେଲା ପାନ, ଗୁଟଖା । ଜାନୁଆରୀ ୧ରୁ ଲାଗୁ ହେବ ନିୟମ । ପୁରୀ ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖାକୁ ସଂପୂର୍ଣ୍ଣ ଭାବେ ବ୍ୟାନ କରିଛି ମନ୍ଦିର ପ୍ରଶାସନ । ଏନେଇ ଛତିଶା ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ଚିଠି ଲେଖିଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ ଦାଶ କହିଛନ୍ତି, ପ୍ରଥମେ ସମସ୍ତଙ୍କୁ ସଚେତନ କରାଯିବ । ନିୟମ ମାନିବାକୁ କୁହାଯିବ । ବର୍ତ୍ତମାନ ପାନ, ଗୁଟଖା ପାଇଁ ଫାଇନ୍ ବ୍ୟବସ୍ଥା ଥିଲେ ବି କେହି ମାନୁନାହାନ୍ତି । ତେବେ ଆସନ୍ତା ଜାନୁଆରୀ ୧ରୁ କଡ଼ାକଡ଼ି ଭାବେ ଏହି ନିୟମ ଲାଗୁ ହେବ । ଅନ୍ୟପଟେ ଶ୍ରୀମନ୍ଦିର ପ୍ରଶାସନ କାର୍ୟ୍ୟାଳୟ କର୍ମଚାରୀଙ୍କ ପ୍ରତି ମଧ୍ୟ ଏହି ନିୟମ ଲାଗୁ ହେବ । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ ଦାଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’