Masthead

ହସ୍ପିଟାଲରେ ପଦ୍ମଶ୍ରୀ କମଳା

କୋରାପୁଟ (ବଡ଼ ଖବର ବ୍ୟୁରୋ): କୋରାପୁଟ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ । ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଓ କିଡ୍‌ନୀ ଜନିତ ସମସ୍ୟା ଯୋଗୁ ତାଙ୍କୁ ହସ୍ପିଟାଲରେ ଭତ୍ତି କରାଯାଇଛି । ପୂର୍ବରୁ ଜୟପୁର ହସ୍ପିଟାଲରେ ଚିକିତ୍ସିତ ହେଇଥିଲେ କମଳା । ମାତ୍ର ତାଙ୍କ ସ୍ୱାସ୍ଥ୍ୟରେ ସୁଧାର ନ ଆସିବାରୁ ମଙ୍ଗଳବାର ରାତିରେ କୋରାପୁଟ ହସପିଟାଲକୁ ତାଙ୍କୁ ସ୍ଥାନାନ୍ତର କରାଯାଇଥିଲା । ସେ ନାରୀ ସଶକ୍ତିକରଣ ସହିତ ଜଙ୍ଗଲ ସୁରକ୍ଷା ନିମନ୍ତେ ୨୧ ଜଣ ସ୍ୱେଚ୍ଛାକୃତ ମହିଳାଙ୍କୁ ନେଇ ନିଜ ଗାଁରେ “ତ୍ରୀନାଥ ଠାକୁର ବନ ସୁରକ୍ଷା ସମିତି” ନାମକ ଏକ ସଂଘ ଗଠନ କରି ଜଙ୍ଗଲ ସୁରକ୍ଷା କ୍ଷେତ୍ରରେ କାମ କରିଥିଲେ । ସେ ଲୋପ ପାଇଯାଉଥିବା ପ୍ରାୟ ୧୦୦ରୁ ଉର୍ଦ୍ଧ୍ୱ ଦେଶୀ ବିହନ କିସମର ସଂରକ୍ଷଣ ତଥା ଜୈବୀକ ଚାଷ କରି ଲୋକ ଲୋଚନକୁ ଆସିଥିଲେ । ଯୋଉଥି ପାଇଁ ୨୦୧୯ରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ପୁରଷ୍କାରରେ ସମ୍ମାନୀତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା