Masthead

ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ, କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ

କଟକ (ବଡ଼ ଖବର ବ୍ୟୁରୋ): ଆରପାରିରେ ପଦ୍ମଶ୍ରୀ କମଳା ପୂଜାରୀ । ଚିକିତ୍ସାଧିନ ଅବସ୍ଥାରେ କଟକ ଏସସିବିରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ କମଳା ପୂଜାରୀଙ୍କ ବୟସ ୭୬ ବର୍ଷ ହୋଇଥିଲା। ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଏକମାତ୍ର ଆଦିବାସୀ ମହିଳା ଭାବେ ସେ ଦେଶରେ ପରିଚିତ ଥିଲେ । ସେଥିପାଇଁ କେନ୍ଦ୍ର ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରିଥିଲେ। ୨୦୧୯ ମାର୍ଚ୍ଚ ୧୬ରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଥିଲା । ୧୦୦ରୁ ଅଧିକ କିସମର ଧାନ ସଂରକ୍ଷଣ କରି ବେଶ ଚର୍ଚ୍ଚିତ ଥିଲେ। ଜୟପୁର ଠାରୁ ୧୦ କିଲୋମିଟର ଦୂରରେ ଥିବା ପାତ୍ରପୁଟ ଥିଲା ତାଙ୍କର ଜନ୍ମ ଓ କର୍ମ ଭୂମି। ୨୦୦୨ ମସିହାରେ ଦକ୍ଷିଣ ଆଫ୍ରିକାର ଜୋହାନସବର୍ଗ ଠାରେ ତାଙ୍କୁ Equator of Initiative Award ପ୍ରଦାନ କରାଯାଇଥିଲା ।

୨୦୦୪ ମସିହାରେ ରାଜ୍ୟ ସରକାର ତାଙ୍କୁ ଶ୍ରେଷ୍ଠ ମହିଳା ଚାଷୀ ଭାବେ ସମ୍ମାନିତ କରିଥିଲେ। ସେ ଦିଲ୍ଲୀରେ କୃଷି ବିଷାରଦ ସମ୍ମାନ ମଧ୍ୟ ପାଇଥିଲେ । ପ୍ରଥମ ଆଦିବାସୀ ମହିଳା ଭାବେ ରାଜ୍ୟ ଯୋଜନା ବୋର୍ଡର ସଦସ୍ୟା ମଧ୍ୟ ଥିଲେ କମଳା । ଅସୁସ୍ଥତା କାରଣରୁ ଜୁଲାଇ ୧୬ ତାରିଖରେ ସେ ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ହେଲେ ସ୍ବାସ୍ଥ୍ୟ ଅବସ୍ଥାରେ ଉନ୍ନତି ନ ଆସିବାରୁ ତାଙ୍କୁ ୧୭ ତାରିଖରେ କଟକ ବଡମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ଆଜି ତାଙ୍କର ପରଲୋକ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି