ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ, କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ

କଟକ (ବଡ଼ ଖବର ବ୍ୟୁରୋ): ଆରପାରିରେ ପଦ୍ମଶ୍ରୀ କମଳା ପୂଜାରୀ । ଚିକିତ୍ସାଧିନ ଅବସ୍ଥାରେ କଟକ ଏସସିବିରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ କମଳା ପୂଜାରୀଙ୍କ ବୟସ ୭୬ ବର୍ଷ ହୋଇଥିଲା। ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଏକମାତ୍ର ଆଦିବାସୀ ମହିଳା ଭାବେ ସେ ଦେଶରେ ପରିଚିତ ଥିଲେ । ସେଥିପାଇଁ କେନ୍ଦ୍ର ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରିଥିଲେ। ୨୦୧୯ ମାର୍ଚ୍ଚ ୧୬ରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଥିଲା । ୧୦୦ରୁ ଅଧିକ କିସମର ଧାନ ସଂରକ୍ଷଣ କରି ବେଶ ଚର୍ଚ୍ଚିତ ଥିଲେ। ଜୟପୁର ଠାରୁ ୧୦ କିଲୋମିଟର ଦୂରରେ ଥିବା ପାତ୍ରପୁଟ ଥିଲା ତାଙ୍କର ଜନ୍ମ ଓ କର୍ମ ଭୂମି। ୨୦୦୨ ମସିହାରେ ଦକ୍ଷିଣ ଆଫ୍ରିକାର ଜୋହାନସବର୍ଗ ଠାରେ ତାଙ୍କୁ Equator of Initiative Award ପ୍ରଦାନ କରାଯାଇଥିଲା ।

୨୦୦୪ ମସିହାରେ ରାଜ୍ୟ ସରକାର ତାଙ୍କୁ ଶ୍ରେଷ୍ଠ ମହିଳା ଚାଷୀ ଭାବେ ସମ୍ମାନିତ କରିଥିଲେ। ସେ ଦିଲ୍ଲୀରେ କୃଷି ବିଷାରଦ ସମ୍ମାନ ମଧ୍ୟ ପାଇଥିଲେ । ପ୍ରଥମ ଆଦିବାସୀ ମହିଳା ଭାବେ ରାଜ୍ୟ ଯୋଜନା ବୋର୍ଡର ସଦସ୍ୟା ମଧ୍ୟ ଥିଲେ କମଳା । ଅସୁସ୍ଥତା କାରଣରୁ ଜୁଲାଇ ୧୬ ତାରିଖରେ ସେ ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ହେଲେ ସ୍ବାସ୍ଥ୍ୟ ଅବସ୍ଥାରେ ଉନ୍ନତି ନ ଆସିବାରୁ ତାଙ୍କୁ ୧୭ ତାରିଖରେ କଟକ ବଡମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ଆଜି ତାଙ୍କର ପରଲୋକ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’