Masthead

ସାଉଦି ଆରବରେ ୫ ଓଡ଼ିଆଙ୍କୁ ‘ଉତ୍କଳ ରତ୍ନ’

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ସାଉଦି ଆରବରେ ଉତ୍କଳ ଦିବସ ପାଳନ ଅବସରରେ ୫ ଜଣ ଓଡ଼ିଆଙ୍କୁ ମିଳିଲା “ଉତ୍କଳ ରତ୍ନ ‘ । ପଦ୍ମଶ୍ରୀ ଦିଲିପ ତିର୍କୀ” ହେଲେ ବ୍ରାଣ୍ଡ ଅମ୍ବାସଡର । ସାଉଦି ଆରବରେ ଜୁବେଲ ସିଟି ଠାରେ ପ୍ରବାସୀ ଓଡ଼ିଆ ମାନଙ୍କ ସଂଗଠନ “ଉତ୍କଳିକ ତରଫରୁ, ୮୮ତମ ଉତ୍କଳ ଦିବସ ଏବଂ ନିଜର ୧୪ ତମ ବାର୍ଷିକ ଉତ୍ସବ ଧୁମଧାମରେ ପାଳନ ହୋଇଛି । ଏହି ଅବସରରେ “ପଦ୍ମଶ୍ରୀ ଦିଲିପ ତିର୍କୀ ଉତ୍କଳିକାର ବ୍ରାଣ୍ଡ ଆମ୍ବାସଡର ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ।

ଯାହାକି ସାଉଦି ଆରବରେ ଥିବା ପ୍ରତେକ ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ। ଏଥିସହିତ ଉତ୍ସବରେ ୫ ଜଣ ଓଡ଼ିଆଙ୍କୁ ସାଉଦି ଆରବରେ ଉତ୍କଳିକା ତରଫରୁ ସର୍ବୋଚ୍ଚ ଓଡ଼ିଆ ସମ୍ମାନ “ଉତ୍କଳ ରତ୍ନ” ସମ୍ମାନରେ ସମ୍ମାନିତ କରାଯାଇଛି। ପଦ୍ମଭୂଷଣ ପ୍ରତିଭା ରାୟ, ପଦ୍ମଶ୍ରୀ ହଳଧର ନାଗ, ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ, ଚଳଚ୍ଚିତ୍ର ନିର୍ମାତା ସ୍ନେହାସିଶ୍ ଦାସ, ଏବଂ ଏକ ଟଙ୍କିଆ ଡାକ୍ତର ଡ. ଶଙ୍କର ରାମ ଚନ୍ଦାନି, ବରିଷ୍ଠ ଉପଦେଷ୍ଟା ଅଜୟ କୁମାର ଦାସ ଏବଂ ଚିପ୍ କୋଡ଼ିନେଟର ଜୟନ୍ତ ମହାପାତ୍ରଙ୍କ ସ୍ଵାଗତ ଭାଷଣ ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏହି ଅବସରରେ ସାଂସ୍କୃତିକ ସମ୍ପାଦକ ମୁସ୍ତାଫା ବାଗ ଏବଂ ବନ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଓଡ଼ିଶୀ ନୃତ୍ୟ, ସମ୍ବଲପୁରୀ ନୃତ୍ୟ, ଗୀତ, ନାଟକ ଓ କମେଡୀ, ପ୍ରଦର୍ଶନ ହୋଇଥିଲା ।

କଳାକାର ଏବଂ ଅନୁଷ୍ଠାନକୁ ପୁରସ୍କାର ପ୍ରଦାନ କରାଯାଇଥିଲା। ପ୍ରଭାତ ଶତପଥିଙ୍କ ଅଧ୍ୟକ୍ଷତାରେ ବାର୍ଷିକ ପତ୍ରିକା “ଉତ୍କଳିକା” ଉନ୍ମୋଚନ କରାଯାଇଥିଲା । ପତ୍ରିକାରେ ପଦ୍ମଭୂଷଣ ପ୍ରତିଭା ରାୟଙ୍କ ଲେଖା ସ୍ଥାନ ପାଇଥିବାରୁ ସମସ୍ତ ସଦସ୍ୟା ଖୁସୀ ଅନୁଭବ କରୁଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମର ପ୍ରାରମ୍ଭରେ ସଂଗୀତ “ବନ୍ଦେ ଉତ୍କଳ ଜନନୀ “କିଛି ଗୀତିକାରଙ୍କ ଦ୍ଵାରା ପରିବେଷଣ କରଯାଇଥିଲା । ସାଂସ୍କୃତିକ କାର୍ଯ୍ୟକ୍ରମରେ ପ୍ରତାପ ନାୟକ ଉପସ୍ଥାପକ ଭାବେ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ