Masthead

ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ  (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି । ପଇତାଲାଗି ନୀତି ଯୋଗୁଁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ବନ୍ଦ ରହିବ ଦର୍ଶନ । ଆଜି ମାର୍ଗଶୀର କୃଷ୍ଣ ତ୍ରୟୋଦଶୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ପାଞ୍ଚ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁଯାୟୀ, ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି ଅନୁଷ୍ଠିତ ହେବ।

ଅପରାହ୍ନ ୫ ଟା ଠାରୁ ରାତି ୧୦ ଟା ଯାଏଁ ପାଞ୍ଚ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦଇତାପତି ସେବାୟତମାନଙ୍କ ଦ୍ୱାରା ଅନୁଷ୍ଠିତ ହେବାକୁ ଥିବା ଏହି ଗୁପ୍ତ ନୀତିରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପାଟରା ସେବାୟତଙ୍କ ଦ୍ୱାରା ପ୍ରସ୍ତୁତ ପଇତା ଲାଗି କରାଯିବ। ପଇତାଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ସରିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ବର୍ଷକୁ ଦୁଇଥର ମହାପ୍ରଭୁଙ୍କର ଏହି ପଇତା ଲାଗି ନୀତି ଅନୁଷ୍ଠିତ ହେଉଥିବା ବେଳେ ଗୋଟିଏ ଓଢ଼ଣୀ ଷଷ୍ଠୀ ପୂର୍ବରୁ ଏବଂ ଅନ୍ୟଟି ଚନ୍ଦନ ଯାତ୍ରା ପୂର୍ବରୁ ହେବାର ପରମ୍ପରା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ