Masthead

ଦୀର୍ଘ ୭ ବର୍ଷ ପରେ ଭାରତରେ ପାକିସ୍ତାନ କ୍ରିକେଟ ଟିମ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ବିଶ୍ୱକପ ପାଇଁ ଦୀର୍ଘ ୭ ବର୍ଷ ପରେ ଭାରତ ଆସିଛି ପାକିସ୍ତାନ କ୍ରିକେଟ ଟିମ୍ । ଆସନ୍ତା ମାସରୁ ଭାରତରେ ହେବାକୁ ଦିନିକିଆ ବିଶ୍ୱକପ ପାଇଁ ପାକିସ୍ତାନ ଦଳ ଗତକାଲି ରାତିରେ ହାଇଦ୍ରାବାଦ ପହଞ୍ଚିଛି । ଅଧିନାୟକ ବାବର ଆଜାମଙ୍କ ଟିମକୁ ଭବ୍ୟ ସ୍ୱାଗତ କରାଯାଇଛି । ଭିସା ମିଳିବାରେ ବିଳମ୍ବ ଯୋଗୁ ପାକିସ୍ତାନ ଟିମ ବିଳମ୍ବରେ ଭାରତ ପହଞ୍ଚିଛି । ପାକିସ୍ତାନ ଟିମ ହାଇଦ୍ରାବାଦରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଅଭ୍ୟାସ ମ୍ୟାଚ ଖେଳିବ ଏବଂ ଅକ୍ଟୋବର ୩ ତାରିଖରେ ଅଷ୍ଟ୍ରେଲିଆ ବିପକ୍ଷରେ ଦ୍ୱିତୀୟ ଅଭ୍ୟାସ ମ୍ୟାଚ ଖେଳିବ । ଏହା ପରେ ୬ ଅକ୍ଟୋବରରେ ବିଶ୍ବକପରେ ନେଦରଲ୍ୟାଣ୍ଡ ବିପକ୍ଷରେ ପଡ଼ିଆକୁ ଓହ୍ଲାଇବେ ।

ବାବର ଆଜାମଙ୍କ ଦଳ ନେଦରଲ୍ୟାଣ୍ଡ ବିପକ୍ଷ ମ୍ୟାଚ ସହିତ ବିଶ୍ବକପ ଅଭିଯାନ ଆରମ୍ଭ କରିବ । ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ ମଧ୍ୟରେ ମ୍ୟାଚ୍ ହାଇଦ୍ରାବାଦରେ ୬ ଅକ୍ଟୋବରରେ ଖେଳାଯିବ । ୧୦ ଅକ୍ଟୋବରରେ ହାଇଦ୍ରାବାଦରେ ଶ୍ରୀଲଙ୍କା ବିପକ୍ଷରେ ପାକିସ୍ତାନ ଦଳ ଦ୍ବିତୀୟ ବିଶ୍ବକପ ମ୍ୟାଚ୍ ଖେଳିବ । ତୃତୀୟ ମ୍ୟାଚ୍ ୧୪ ଅକ୍ଟୋବରରେ ଭାରତୀୟ ଦଳ ବିପକ୍ଷରେ ଖେଳାଯିବ । ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ୍ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯିବ । ଦୁଇ ଦେଶ ମଧ୍ୟରେ ସୀମା ଏବଂ ଆତଙ୍କବାଦକୁ ନେଇ ବିବାଦ ଚାଲିଥିବାରୁ କେବଳ ଆଇସିସି ଟୁର୍ଣ୍ଣାମେଣ୍ଟରେ ଉଭୟ ଦଳଙ୍କୁ ଏକାଠି ଦେଖିବାକୁ ମିଳୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ