Masthead

ଉଦଘାଟନୀ ମ୍ୟାଚରେ ନେପାଳକୁ ୨୩୮ ରନରେ ହରାଇଲା ପାକିସ୍ତାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଏସିଆ କପର ଉଦଘାଟନୀ ମ୍ୟାଚରେ ନେପାଳକୁ ୨୩୮ ରନରେ ପରାସ୍ତ କରି ବିଜୟ ହାସଲ କରିଛି ପାକିସ୍ତାନ । ବାବର ଆଜମ ଓ ଇଫତିକାରଙ୍କ ଶତକ ଓ ଶୃଙ୍ଖଳିତ ବୋଲିଂ ବଳରେ ପାକିସ୍ତାନ ଏସିଆ କପ ୨୦୨୩ରେ ବିଜୟରୁ ଆରମ୍ଭ କରିଛି । ଘରୋଇ ମାଟିରେ ଖେଳୁଥିବା ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ୬ ୱିକେଟରେ କରିଥିଲା ୩୪୨ ରନ୍ । ଜବାବରେ ମାତ୍ର ୧୦୪ ରନରେ ଅଲଆଉଟ ହୋଇଥିଲା ନେପାଳ । ପାକିସ୍ତାନ ଏକ ସମୟରେ ୧୨୪ ରନରେ ୪ ୱିକେଟ୍ ହରାଇ ସଙ୍କଟରେ ପଡ଼ିଥିଲା । ପାକିସ୍ତାନ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ନେପାଳ ଦଳ ଆରମ୍ଭରୁ ଫକର ଜମାନ ଓ ଇମାମ-ଉଲ-ହକଙ୍କ ଓ୍ବିକେଟ ନେଇ ପାକିସ୍ତାନକୁ ଝଟକା ଦେଇଥିଲା ।

କିନ୍ତୁ ୩ୟ ସ୍ଥାନରେ ଆସିଥିବା ବାବର ଆଜମ୍ ଓ ୪ର୍ଥରେ ଆସିଥିବା ମହମ୍ମଦ ରିଜଓ୍ବାନ ସତର୍କତାର ସହ ଖେଳି ଦଳୀୟ ସ୍କୋରକୁ ଆଗେଇ ନେଇଥିଲେ। ରିଜଓ୍ବାନ ୪୪ ରନ କରି ଆଉଟ ହୋଇଥିଲେ ବି ବାବରଙ୍କ ବ୍ୟାଟିଂ ଶେଷ ଓଭର ପର୍ୟ୍ୟନ୍ତ ଜାରି ରହିଥିଲା । ସେ ୧୩୧ଟି ବଲ ଖେଳି ୧୫୧ ରନ କରି ସୋମପାଲ କାମିଙ୍କ ବଲରେ ଆଉଟ ହୋଇଥିଲେ । କିନ୍ତୁ ୬ ନମ୍ବର ସ୍ଥାନରେ ଆସିଥିବା ଇଫତିକାର ଅହମ୍ମଦ ଏକ ଆକର୍ଷଣୀୟ ଇନିଂସ ଖେଳି ମାତ୍ର ୭୧ଟି ବଲରେ ଅପରାଜିତ ୧୦୯ ରନ କରିଥିଲେ । ଏହା ଫଳରେ ପାକିସ୍ତାନ ନିର୍ଦ୍ଧାରିତ ୫୦ ଓଭରରେ ୩୪୨ରନ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା