Masthead

ହାଫିଜ ଘର ଆଗରେ ହୋଇଥିବା ବିସ୍ଫୋରଣ ପାଇଁ ‘ର’କୁ ଦାୟୀ କଲା ପାକିସ୍ତାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଅନ୍ତର୍ଜାତୀୟ ଆତଙ୍କବାଦୀ ହାଫିଜ ସଇଦ ଘର ଆଗରେ ହୋିଥିବା କାର ବିସ୍ଫୋରଣ ପାଇଁ ପାକିସ୍ତାନ ଗୁଇନ୍ଦା ଏଜେନ୍ସି ‘ର’କୁ ଦାୟୀ କରିଛି । ଯାହାର ଜବାବ ରଖିଛି ଭାରତ । ଏହି ଦାବିକୁ ଖାରଜ କରିଛି ଭାରତ । ଭାରତ ପକ୍ଷରୁ କୁହାଯାଇଛି ଯେ, ପାକିସ୍ତାନ ଦେଇଥିବା ଯୁକ୍ତି ଭାରତକୁ ବଦନାମ କରିବାକୁ ହୋଇଥିବା ଏଜେଣ୍ଡାର ଅଂଶ ବିଶେଷ । ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ଅରିନ୍ଦମ ବାଗଚୀ କହିଛନ୍ତି, ପାକିସ୍ତାନ ପ୍ରଥମେ ନିଜ ଘର ସଜାଡ଼ିବା ଆବଶ୍ୟକ । ଆତଙ୍କବାଦ ବିରୋଧରେ ଆବଶ୍ରକ ପ୍ରମାଣ ତଥ୍ୟ ନରଖି ପାକିସ୍ତାନ ବିସ୍ଫୋରଣ ପାଇଁ ‘ର’କୁ ଦାୟୀ କରୁଛି ।

ପ୍ରଥମେ ପାକିସ୍ତାନ ନିଜ ଘରେ ଥିବା ଆତଙ୍କବାଦ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉ । ତେବେ ରବିବାର ପାକିସ୍ତାନର ଜାତୀୟ ସୁରକ୍ଷା ପରାମର୍ଶଦାତା ମୋଇଦ ୟୁସୁଫ ଅଭିଯୋଗ କରିଛନ୍ତି ଯେ ଲାହୋରରେ ହାଫିଜ ସଇଦ ଘର ବାହାରେ ବିସ୍ଫୋରଣ ପଛରେ ଭାରତ ରହିଛି। ହାଫିଜ ସଇଦ ୨୦୦୮ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଜମାତ-ଉଦ-ଦାୱାର ମୁଖ୍ୟ। ଏହି ଆକ୍ରମଣରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୪ ଜଣ ଆହତ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି