କରାଚି ବନ୍ଦର ଭଡ଼ାରେ ଦେବ ପାକିସ୍ତାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦୟନୀୟ ଅବସ୍ଥା ଦେଇ ଗତି କରୁଛି ପାକିସ୍ତାନ । ଆର୍ଥିକ ସ୍ଥିତି ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି । ଏବେ ସାମ୍ନାକୁ ଆସିଛି ଆଉ ଗୋଟେ ଖବର । ଆର୍ଥିକ ସ୍ଥିତିରୁ  ମୁକ୍ତି ପାଇଁ ଏବେ କରାଚି ବନ୍ଦରକୁ ଭଡ଼ା ସୂତ୍ରରେ ୟୁଏଇକୁ ଦେବ ପାକିସ୍ତାନ । ଏଥିରୁ ଯାହା ଅର୍ଥ ମିଳିବ ତାକୁ ଆଇଏମଏଫକୁ ଦେଇ ଋଣ ପରିଶୋଧ କରିବ ବୋଲି ଜଣାପଡିଛି ।

ପାକିସ୍ତାନ ଅର୍ଥମନ୍ତ୍ରୀ ଇସାକ ଦାରଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ଏଭଳି ନିଷ୍ପତ୍ତି ନିଆଯାଇଛି । ୟୁଏଇକୁ ପୋର୍ଟ ହସ୍ତାନ୍ତର କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଏପଟେ ବିଭିନ୍ନ ଦେଶର ରାଷ୍ଟ୍ରଦୁତଙ୍କ ସହ ସାକ୍ଷାତ କରୁଛନ୍ତି ପ୍ରଧାନମନ୍ତ୍ରୀ ସେହେବାଜ ସରିଫ । ଆଇଏମଏଫରୁ ଋଣ ଆଣିବା ନେଇ ଅନ୍ୟ ଦେଶର ସମର୍ଥନ ଲୋଡିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!