Masthead

ପାକିସ୍ତାନରେ ଟ୍ରେନ୍‌ ଲାଇନଚ୍ୟୁତ, ୧୫ ମୃତ, ୫୦ ଆହତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):   ପାକିସ୍ତାନରେ ଟ୍ରେନ ଦୁର୍ଘଟଣା । ସହରା ଷ୍ଟେସନ ନିକଟରେ କରାଚିରୁ ରାୱଲପିଣ୍ଡି ଯାଉଥିବା ହଜାରା ଏକ୍ସପ୍ରେସ ୧୦ଟି ବଗି ଲାଇନଚ୍ୟୁତ ହେବାରୁ ୧୫ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ୫୦ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଏହି ଘଟଣାରେ ମୃତକଙ୍କ ସଂଖ୍ୟା ବଢିବାର ଆଶଙ୍କା ରହିଥିବା ସୂଚନା ରହିଛି । ଏନେଇ ଅଧିକ କିଛି ସୂଚନା ମିଳିପାରିନାହିଁ । ସେପଟେ ନିକଟସ୍ଥ ଡାକ୍ତରଖାନାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଛି ।

ଏହି ଦୁର୍ଘଟଣାରେ ପ୍ରଭାବିତ ଲୋକଙ୍କୁ ନବାବଶ ମେଡିକାଲରେ ଭର୍ତ୍ତି କରାଯାଇଛି। ଅଧିକାରୀମାନେ ତଦନ୍ତ ଆରମ୍ଭ କରିଛନ୍ତି । ପାକିସ୍ତାନୀ ଗଣମାଧ୍ୟମ ପାକିସ୍ତାନ ରେଳ ବିଭାଗର ବିଭାଗୀୟ ଅଧୀକ୍ଷକ ସୁକ୍କୁର ମହମ୍ମଦୁର ରେହମାନଙ୍କ କହିଛନ୍ତି ଟ୍ରେନର ୧୦ ଟି ବଗି ଲାଇନଚ୍ୟୁତ ହୋଇଛି । ପ୍ରଭାବିତ ବଗିରୁ ଯାତ୍ରୀଙ୍କୁ ସ୍ଥାନାନ୍ତର କରାଯାଇଛି। ନିକଟସ୍ଥ ଡାକ୍ତରଖାନାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା