Masthead

ପାରାଦୀପ ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର!

ପାରାଦୀପ (ବଡ଼ ଖବର ବ୍ୟୁରୋ): ପାରାଦୀପ ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର! ବନ୍ଦରରେ ଲାଗିଥିବା ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର ଥିବା ସୂଚନା । ୨୧ଜଣ ପାକିସ୍ତାନୀ କ୍ରିଉ ମେମ୍ବର ସୂଚନା ପରେ ସୁରକ୍ଷା କଡ଼ାକଡ଼ି । ଏନେଇ ପାରାଦୀପ ଇମିଗ୍ରେସନ ବିଭାଗ ଅବଗତ କରିଥିବା ସୂଚନା । ମେରାଇନ ପୋଲିସ, ସିଆଇଏସଏଫ, କଷ୍ଟମ ବିଭାଗକୁ ଅବଗତ କଲା । ପଣ୍ୟ ଖଲାସ ନ ହେବା ଯାଏଁ ଜାହାଜକୁ ଜଗି ରଖିବାକୁ ନିଦେ୍ର୍ଦଶ । ପାକିସ୍ତାନୀ କୌଣସି ପରିସ୍ଥିତିରେ ଜାହାଜରୁ ନ ଓହ୍ଲାନ୍ତି କଡ଼ା ନଜର ରଖିବେ ।

ପାରାଦୀପ ପୋର୍ଟ ଏସପିଏମରେ ଲାଗିଛି ହଂକଂ ଫ୍ଲାଗସିପ୍ ଜାହାଜ । ପାକିସ୍ତାନୀ ନାଗରିକ ଭାରତ ସୀମା ମଧ୍ୟରେ ପ୍ରବେଶ ଉପରେ ବୈଦେଶିକ କଟକଣା ରହିଛି। ଦକ୍ଷିଣ କୋରିଆ ଦେଶରୁ ୧୩୫ ମେଟ୍ରିକ ଟନ ଅଶୋଧିତ ତୈଳ ବୋଝେଇ ହୋଇ ଆସୁଛି। ଉକ୍ତ ତୈଳ ଏସ୍‌ପିଏମ୍‌ ବର୍ଥରେ ବୁଧବାର ଖଲାସ ହେବ ବୋଲି ବନ୍ଦର ଡିଟିଆର (ଡେଲି ଟ୍ରାଫିକ ରିପୋର୍ଟ)ରୁ ଜଣାପଡିଛି। ନାବିକଙ୍କ ମଧ୍ୟରେ ୨୧ ପାକିସ୍ତାନ, ୨ ଭାରତୀୟ, ଜଣେ ଶ୍ରୀଲଙ୍କା, ଜଣେ ଥାଇଲାଣ୍ଡ ଦେଶର ବୋଲି ଇମିଗ୍ରେଶନ ବିଭାଗ ସୂତ୍ରରୁ ଜଣାପଡ଼ିଛି।

ପାରାଦୀପ ବନ୍ଦର ଏସ୍‌ପିଏମ୍‌ ପୋତାଶ୍ରୟଠାରୁ ୨୦ କି.ମି. ଦୂର ସମୁଦ୍ର ମଧ୍ୟରେ ଜାହାଜ ରହିଛି। ସେଠାରେ ଭାସମାନ ବର୍ଥକୁ ଏସ୍‌ପିଏମ୍‌ ବୋଲି କୁହାଯାଏ। ସେଠାରେ କେବଳ ବୃହତ ତୈଳବାହୀ ଜାହାଜରୁ ଅଶୋଧିତ ତୈଳ ପାଇପ୍‌ଲାଇନ ଯୋଗେ ଖଲାସ କରାଯାଇଥାଏ। ବୁଧବାର ଜାହାଜ ଲାଗିବା ପାଇଁ କ୍ଲିୟରାନ୍ସ ମିଳିଛି। କିନ୍ତୁ ଅପସାରଣ ଶେଷ ପର୍ଯ୍ୟନ୍ତ ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଠାରେ ପ୍ରଶ୍ନ ଉଠେ, ମେରାଇନ ପୋଲିସର ପାଟ୍ରୋଲିଂ ବୋଟ ଏ ପର୍ଯର୍୍ୟନ୍ତ ମହାନଦୀ ମୁହାଣ ଅତିକ୍ରମ କରିନାହିଁ। ବୁଧବାର କିପରି ଏସ୍‌ପିଏମ୍‌ ପର୍ଯ୍ୟନ୍ତ ପୋଲିସ ଯିବ ତାକୁ ନେଇ କଳ୍ପନା ଜଳ୍ପନା ପ୍ରକାଶ ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା